ମୁଖ୍ୟ ଖବର ବଜ୍ରପାତରେ ଜଣେ ଏବଂ ଗଛରୁ ପଡି ଜଣେ ମୃତ Angul OnlineMay 5, 2021May 5, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ନୂଆଗାଁ ଗ୍ରାମରେ ବଜ୍ରପାତ ଘଟି ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ହେଲେ ନୁଆଗାଁ ଗ୍ରାମର ଗୋବର୍ଦ୍ଧନ ସାହୁଙ୍କ ପୁତ୍ର ମନୋରଞ୍ଜନ (ଟୁନା) ସାହୁ(୩୫) ବୋଲି ଜଣାପଡିଛି । ଘଟଣାରୁ ପ୍ରକାଶ ନୂଆଗାଁ ଗ୍ରାମର ମନୋରଞ୍ଜନ ସାହୁ ଅପରାହ୍ନରେ ତେଲିସାହି ନିକଟସ୍ଥ ଖମଣ ଆମ୍ବତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ଅପରାହ୍ନରେ ହଠାତ ବର୍ଷା ହେବାରୁ ଏକ ଗଛ ମୁଳରେ ଛିଡା ହୋଇଥିଲା । ସେହି ସମୟରେ ବଜ୍ରପାତ ହେବାରୁ ଘଟଣା ସ୍ଥଳରେ ବେହୋଶ ହୋଇ ପଡିଯାଇଥିଲେ । ବଜ୍ରପାତରେ ତାଙ୍କର ଶରୀରର ବହୁ ଅଂଶ ପୋଡି ଯାଇଥିଲା । ଖବର ପାଇ ପରିବାର ଲୋକ ଗୁରୁତର ଅବସ୍ଥାରେ ମନୋରଞ୍ଜନକୁ ଉଦ୍ଧାରକରି ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଯାଇଥିଲେ । ସେଠାରେ ଡାକ୍ତର ତାଙ୍କର ମୃତ୍ୟୁ ଘୋଷଣା କରିଥିଲା । ସେହିପରି ଅନୁଗୁଳ ଜରାସିଂହା ଗ୍ରାମରେ ଆମ୍ବ ଗଛରୁ ପଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ହେଲେ ମିଳନ ସାହୁ । ମିଲନ ଆମ୍ବ ତୋଳିବା ପାଇ ଗଛରେ ଚଢିଥିବା ବେଳେ ଭାରସାମ୍ୟ ହରାଇ ଖସି ପଡିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରା ଯାଇଥିବା ବେଳେ ଡାକ୍ତରେ ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । Advertisement
ଗାଧେଇବା ବେଳେ ହ୍ୟୁମ ପାଇପରେ ପଶି ଜଣେ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ପାରିପରା ଗାଁରେ ଅଘଟଣ । ନାଳରେ ଗାଧେଇବା ବେଳେ ହ୍ୟୁମ ପାଇପରେ ପଶି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ…
ଦୁର୍ଘଟଣାରେ ତିନି ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ମୂଷାପାପୁଲି ଛକ ନିକଟରେ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ମୁତକ ମାନଙ୍କ ମଧ୍ୟରୁ…
ଟାକ୍ସ ଖିଲାପକାରୀ ୨ ଦୋକାନ ସିଲ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ପୌର ପ୍ରଶାସନ ପକ୍ଷରୁ ବାରମ୍ବାର ତାଗିଦ , ନୋଟିସ୍ ଡାକବାଜି ଯନ୍ତ୍ରରେ ପ୍ରଚାର ସତ୍ତ୍ବେ ହୋଲ୍ଡିଂ ଟ୍ୟାକ୍ସ ଦାଖଲ ନକରିବାରୁ…