ଅପରାଧ ନାବାଳିକାକୁ ବିବାହ ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ – ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ Angul OnlineOctober 31, 2022October 31, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଫାଷ୍ଟଟ୍ରାକ୍ ସ୍ପେଶାଲ୍ କୋର୍ଟରେ ବଅଁରପାଳ ଥାନା ଅଞ୍ଚଳର ଏକ ବଳାତ୍କାର ମାମଲାରେ ଆଡ୍ହକ୍ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ପିଆର୍ ବହିଦାର ଶୁଣାଣି କରି ଅଭିଯୁକ୍ତ ବଅଁରପାଳ ଅଞ୍ଚଳର ଗୋବର୍ଦ୍ଧନ ନାଏକକୁ ୨୦ ବର୍ଷ କାରାଦଣ୍ଡଦେଶ ଦେଇଛନ୍ତି । ଏହା ସହ ୧୦ ହଜାର ଟଙ୍କା ଓ ଜରିମାନା ଅନାଦେୟ ଅଧିକ ୨ ମାସ କାରାଦଣ୍ଡ ରାୟ ଶୁଣାଇଛନ୍ତି । ସୂଚନା ଅନୁସାରେ , ୨୦୨୧ ମସିହାରେ ଅଭିଯୁକ୍ତ ଗୋବର୍ଦ୍ଧନ ସ୍ଥାନୀୟ ଅଞ୍ଚଳର ଜଣେ ନାବାଳିକାକୁ ପ୍ରେମ ଜାଲରେ ଫସାଇଥିଲା । ଏବଂ ପରେ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲା । ଏହି ଘଟଣା ବାହାରକୁ ପ୍ରଘଟ ହେବା ପରେ ନାବାଳିକା ବିବାହ ପାଇଁ କହିଥିଲେ । ମାତ୍ର ଗୋବର୍ଦ୍ଧନ ଧରାଛୁଆଁ ଦେଇନଥିଲା । ଏନେଇ ନାବାଳିକାଙ୍କ ମାମୁଁ ବଅଁରପାଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ପୁଲିସ୍ କେସ୍ ନଂ ୧ / ୨୧ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ କରିଥିଲା । ଏହି ମାମଲାର ଶୁଣାଣି ଜିଲ୍ଲା ଫାଷ୍ଟଟ୍ରାକ୍ କୋର୍ଟରେ ହୋଇଥିଲା । ମୋଟ୍ ୧୭ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ବିଚାରପତି ଅଭିଯୁକ୍ତ ଗୋବର୍ଦ୍ଧନଙ୍କୁ ଦୋଷୀ ସାବ୍ୟସ୍ତ କରି ରାୟ ଶୁଣାଇଛନ୍ତି । ସରକାରଙ୍କ ପକ୍ଷରୁ ସ୍ପେଶାଲ ପବ୍ଲିକ୍ ପ୍ରୋସିକ୍ୟୁଟର ସୁଶାନ୍ତ କୁମାର ମିଶ୍ର ମାମଲା ପରିଚାଳନା କରିଥିଲେ । Advertisement
ସିବିଆଇ ଜାଲରେ ଏମସିଏଲର ମ୍ୟାନେଜର ଓ ଏଆରଆଇ – ଲାଞ୍ଚ ନେଲାବେଳେ ପଡିଲେ ଧରା ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସ୍ଥିତ ମହାନଦୀ କୋଲ ଫିଲଡ ଲିମିଟେଡ(MCL) ର ମ୍ୟାନେଜର ଏବଂ ସହକାରୀ ରାଜସ୍ଵ ନିରୀକ୍ଷକ(ARI) ୨୦ ହଜାର ଟଙ୍କା ଲାଞ୍ଚ…
ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ଥାନା ହରିଚନ୍ଦନପୁର ଗ୍ରାମ ନିକଟସ୍ଥ ଥିବା ଜଙ୍ଗଲରୁ ଜଣେ ନାବାଳକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମୃତ ନାବାଳକ…
ଘର ଭିତରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର – ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ ଅନୁଗୁଳ – ଅନୁଗୁଳ କୁମଣ୍ଡ ଗାଁର ଗାଣ୍ଡୁ ପଡ଼ିଆର ଏକ ଘର ଭିତରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳା ହେଲେ ମାମି…