କେନ୍ଦ୍ରମନ୍ତ୍ରୀଙ୍କ ମାଟିରେ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ କଲେ ୫ଟି ଅଧ୍ଯକ୍ଷ

କେନ୍ଦ୍ରମନ୍ତ୍ରୀଙ୍କ ମାଟିରେ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ କଲେ ୫ଟି ଅଧ୍ଯକ୍ଷ

ଅନୁଗୁଳ – ପୁଣି ନାଁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କଲେ ୫ଟି ଅଧ୍ଯକ୍ଷ ଭିକେ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିଜ ଜିଲ୍ଲାରେ ଠିଆ ହୋଇ ଟାର୍ଗେଟ୍ କରିଛନ୍ତି ବିଜେଡି ବରିଷ୍ଠ ନେତା ଫାଇଭ ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ। ଅନୁଗୁଳ ଜିଲ୍ଲାର ଗଡସନ୍ତ୍ରୀ ଠାରେ ସାଧାରଣ ସଭାରେ ପାଣ୍ଡିଆନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସିଧାସଳଖ ଟାର୍ଗେଟ୍ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ସେ ତିନିଟି ପ୍ରଶ୍ନ ପଚାରିଛନ୍ତି । କେନ୍ଦ୍ରରେ ଦୀର୍ଘ ଦିନ ଧରି ସେ ମନ୍ତ୍ରୀ ହୋଇ ରହିଛନ୍ତି । କିନ୍ତୁ ଏ ଅଂଚଳ ପାଇଁ ତାଙ୍କର କଣ ଅବଦାନ ବୋଲି ପ୍ରଶ୍ନ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ । କେନ୍ଦ୍ରରେ ଶିକ୍ଷାମନ୍ତ୍ରୀ ଅଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ସେ ଚାହିଁଥିଲେ ତାଙ୍କ ଅଞ୍ଚଳରେ ଥିବା ୩୦ଟି ଯାକ ବ୍ଲକରେ କେନ୍ଦ୍ରୀୟ ବିଦ୍ୟାଳୟ, ନବୋଦୟ ବିଦ୍ୟାଳୟ ଭଳି ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା କରିପାରିଥାନ୍ତେ । ସେ କାହିଁକି କଲେ ନାହିଁ । ସେହିଭଳି ଏ ଅଂଚଳର ଲୋକ କାମ ଧନ୍ଦା ପାଇଁ ବାହାରକୁ ଯାଉଛନ୍ତି । ସେ ନିଜେ ଦକ୍ଷତା ବିକାଶ ବିଭାଗର ମନ୍ତ୍ରୀ ଅଛନ୍ତି । ଚାହିଁଥିଲେ ଏ ଅଂଚଳରେ ବହୁ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କରିପାରିଥାନ୍ତେ । ଫଳରେ ଏ ଅଂଚଳ ଯୁବପିଢି ନିଜର ଦକ୍ଷତା ବୃଦ୍ଧି କରିଥାନ୍ତେ । କାହିଁକି ଏଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କଲେନାହିଁ ବୋଲି ପଚାରିଛନ୍ତି କାର୍ତ୍ତିକ ପାଣ୍ଡିଆନ । ସେହିପରି କଟକରୁ ଅନୁଗୁଳକୁ ଦେଇ ସମ୍ବଲପୁର ସଂଯୋଗ କରୁଥିବା ୫୫ ନମ୍ବର ଜାତୀୟ ରାଜପଥ କାହିଁକି ବର୍ଷ ବର୍ଷ ଧରି ଅବହେଳିତ ହୋଇ ପଡି ରହିଛି ବୋଲି ସେ ପରାରିଛନ୍ତି । ବର୍ଷେ ଭିତରେ କେନ୍ଦ୍ରମନ୍ତ୍ରୀ ୪୦ ଥର ଅନୁଗୁଳ ଜିଲ୍ଲା ଆସିଛନ୍ତି । ପ୍ରତିଥର ଟିକିଏ ଟିକିଏ ବିକାଶମୂଳକ କାର୍ଯ୍ୟ ହାତକୁ ନେଇଥିଲେ ଅନୁଗୁଳର ପ୍ରଭୂତ ବିକାଶ ହୋଇପାରିଥାନ୍ତା । କିନ୍ତୁ କେନ୍ଦ୍ରମନ୍ତ୍ରୀ ତାହା କରିନାହାନ୍ତି । ଜୁନ ମାସରେ ଥରଟିଏ କାର୍ତ୍ତିକ ପାଣ୍ଡିଆନ ଅନୁଗୁଳ ଜିଲ୍ଲା ଆସିଥିଲେ । ତାପରେ ୧୦୦ କୋଟି ଟଙ୍କା ଜିଲ୍ଲାକୁ ପ୍ରଦାନ କରାଯାଇଛି ବୋଲି ପାଣ୍ଡିଆନ କହିଛନ୍ତି । ନିଜ ଅଂଚଳ ପାଇଁ ନିଜର କର୍ତ୍ତବ୍ୟ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆତ୍ମସମୀକ୍ଷା କରନ୍ତୁ ବୋଲି କାର୍ତ୍ତିକ ପାଣ୍ଡିଆନ ଗଡ଼ସନ୍ତ୍ରୀ ଠାରେ ଆହ୍ବାନ ଦେଇଛନ୍ତି । ସଭାରେ ଯୋଗ ଦେବା ପୂର୍ବରୁ ଗଡ଼ସନ୍ତ୍ରୀରେ ଲୋଭି ଠାକୁରାଣୀ ମନ୍ଦିରରେ ପହଞ୍ଚି ସେଠାରେ ମାଆଙ୍କୁ ଦର୍ଶନ କରିବା ସହ ପୂଜା କରିଥିଲେ । ପରେ ମନ୍ଦିର ପରିସର ଭିତରେ ମନ୍ଦିରର ଉନ୍ନତିକରଣ ପ୍ରକଳ୍ପର ସମୀକ୍ଷା କରିଥିଲେ ।

 

What’s your Reaction?
+1
0
+1
0
+1
0
+1
0
+1
0
+1
0
+1
0

Leave a Reply