ମୁଖ୍ୟ ଖବର ସାମାନ୍ୟ କଳହରୁ ସାନଭାଇକୁ ହାଣିଦେଲା ବଡଭାଇ ! Angul OnlineJune 19, 2024June 19, 2024 ଅନୁଗୁଳ – ବଡଭାଇର ଟାଙ୍ଗିଆ ଚୋଟରେ ସାନଭାଇ ମୃତ । ଏଭଳି ଘଟଣା ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଜରାସିଂହା ପୁରୁଣା ସାହିରେ ଘଟିଛି । ସୂଚନା ଅନୁସାରେ , ଜରାସିଂହା ପୁରୁଣାସାହିର ବଲେହି ନାଏକଙ୍କ ପୁଅ ଗଦା ନାଏକ ଗାଁ ପାଖରେ ଥିବା ରାଇସ୍ ମିଲ୍ ରେ କାର୍ଯ୍ୟ କରନ୍ତି । ପ୍ରତ୍ୟକ ଦିନ ଘର ବାହାର ପଟରେ ଶୋଇବାକୁ ଆସନ୍ତି । ଗତ କାଲି ଗାଁ ଆଡୁ କାର୍ଯ୍ୟ ସାରି ଘରକୁ ଫେରୁଥିବା ବେଳେ ବଡ଼ ଭାଇ ବିରଞ୍ଚିଙ୍କ ସହ ପାରିବାରିକ ସମସ୍ୟାକୁ ନେଇ ଯୁକ୍ତିତର୍କ ହୋଇଥିଲା । ତେବେ ପରେ ଦୁହେଁ ଦୁହିଁଙ୍କ ଘରକୁ ଯାଇ ଖାଇ ସାରି ଶୋଇ ବାକୁ ଯାଇଥିଲେ । ସକାଳୁ ଉଠିଲା ଦେଖିଲା ବେଳକୁ ଗଦା ରକ୍ତ ଜୁଡୁବୁଡୁ ଅବସ୍ଥାରେ ଶୋଇଛନ୍ତି। ଏହା ଦେଖି ଗଦା ଙ୍କ ସ୍ତ୍ରୀ ଚିତ୍କାର କରିଥିଲେ। ଘର ପାଖ ଲୋକ ଆସି ଦେଖିଲା ବେଳକୁ ଗଦା ଙ୍କର ମୃତ୍ୟୁ ହୋଇ ସାରିଥିଲା । ଖବର ପାଇ ସଦର ପୁଲିସ ପହଁଚି ତଦନ୍ତ ଆରମ୍ଭ କରିଛି । ତେବେ ବିରଞ୍ଚି ଟାଙ୍ଗିଆରେ ହାଣି ଗଦାଙ୍କୁ ହତ୍ୟା କରି ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି । Advertisement
ଇକୋ ପାର୍କରେ ଉଦଘାଟନ ପରେ ଫଳକ ଭଙ୍ଗା – ପୁଲିସର ଛାନଭିନ ଅନୁଗୁଳ – ସ୍ବାଧୀନତା ଦିବସ ଅବସରରେ ଅନୁଗୁଳ ଇକୋ ପାର୍କରେ ମ୍ୟୁଜିକାଲ ଫାଉଣ୍ଟେନ ଉଦ୍ଘାଟିତ ହୋଇଥିଲା । ଏଥିପାଇଁ ଅତିଥିଙ୍କ ନାମ ଥାଇ ଏକ ଫଳକ…
ପାଣିରେ ବୁଡି ଗ୍ରାମରକ୍ଷୀଙ୍କ ମୃତ୍ୟୁ ପାଲଲହଡ଼ା – ଅନୁଗୁଳ ଜିଲ୍ଲା ପାଲଲହଡ଼ା ଥାନା ଅନ୍ତର୍ଗତ ସିବିଡା ଗ୍ରାମର ଏକ ନାଳରେ ବୁଡି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ପାଲଲହଡ଼ା ଥାନାରେ…
ବ୍ଯାଙ୍କରେ ଅଗ୍ନୀକାଣ୍ଡ – ଜଳିଗଲା କମ୍ପ୍ୟୁଟର ଓ ଜରୁରୀ କାଗଜପତ୍ର କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ଏନଟିପିସି ବଜାରରେ ଥିବା ଆକ୍ସିସ ବ୍ୟାଙ୍କରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବ୍ୟାପକ ସମ୍ପତି ପୋଡ଼ି ପାଉଁଶ…