ଅନୁଗୁଳ – ଲଗାଣ ବର୍ଷା ରେ ଅନୁଗୁଳ ସହର ଓ ଏହାର ଆଖପାଖ ଅଞ୍ଚଳ ଜଳମଗ୍ନ ହୋଇ ଯାଇଛି । ଅଧିକାଂଶ ନଦୀ ନାଳରେ ବଢି ପାଣି କୁଳ ଖାଉଛି । ଏଭଳି ଅବସ୍ଥାରେ ପାଠ ପଢିବାକୁ ଯାଇ ଘରକୁ ଫେରିବା ବାଟରେ ଜୋର ପାର ହେଉଥିବା ବେଳେ ଜୋରରେ ଭାସିଯାଇ ଜଣେ ଛାତ୍ରୀ ନିଖୋଜ ହୋଇ ଯାଇଛନ୍ତି । ଏଭଳି ଘଟଣା ଅନୁଗୁଳ ଜିଲ୍ଲା ବସଲା ପଞ୍ଚାୟତ ସୁନାଭୁଇଁ ଗାଁ ନିକଟରେ ଘଟିଛି । ସୂଚନା ଅନୁସାରେ ସୁନାଭୁଇଁ ଗାଁର ପ୍ରୀତି ବେହେରା ନାମକ ଜଣେ ଛାତ୍ରୀ ସକାଳେ ବନ୍ତଳା ଅଞ୍ଚଳକୁ କମ୍ପ୍ୟୁଟର କ୍ଳାସ କରିବାକୁ ଯାଇଥିଲେ । ସେଠାରୁ ଫେରିବା ବେଳେ ଗାଁ ମୁଣ୍ଡରେ ଥିବା ଜୋର ଉପରେ ପାଣି ଯାଉଥିଲା । ତଥାପି ସାହସ ବାନ୍ଧି ସେ ସାଇକେଲ ଧରି ଜୋର ପାର ହେଉଥିବା ବେଳେ ଗଭୀର ସ୍ରୋତରେ ଭାସି ଯାଇଥିଲେ । ଆଖପାଖରେ ଥିବା ଲୋକ କିଛି କରିବା ପୂର୍ବରୁ ସେ ସ୍ରୋତରେ ଭାସି ନିଖୋଜ ହୋଇ ଯାଇଥିଲେ । ଖବର ପାଇ ଅନୁଗୁଳ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।
What’s your Reaction?
+1
+1
+1
1
+1
1
+1
2
+1
+1
16