ଖେଳ ଓ ଖେଳାଳି ୧୦ମ ହେମସୁରପଡା କପ ଉଦଘାଟିତ Angul OnlineMarch 7, 2021March 8, 2021 ଅନୁଗୁଳ- ଅନୁଗୁଳ ପ୍ରିନ୍ସ ଏଣ୍ଡ ପ୍ରିନ୍ସ କ୍ଲବ ଆନୁକୁଲ୍ୟରେ ୧୦ମ ହେମସୁରପଡା କପ ଉଦଘାଟିତ ହୋଇ ଯାଇଛି । ଟାଉନ ହାଇସ୍କୁଲ ପଡିଆଠାରେ ଖେଳା ଯାଉଥିବା ଏହି ଟୁର୍ଣ୍ଣାମେଣ୍ଟକୁ ବିଧାନସଭା ଉପ-ବାଚସ୍ପତି ରଜନୀକାନ୍ତ ସିଂହ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ । ଉଦଘାଟନୀ ମ୍ୟାଚରେ ଅନୁଗୁଳ ମା ବୁଢୀ ଦଳ ଓ ନାଲକୋ ଜୁନିଅର ଦଳ ମଧ୍ୟରେ ଖେଳ ହୋଇଥିଲା । ଏଥିରେ ୨-୧ ଗୋଲରେ ନାଲକୋ ଜୁନିଅର ଦଳ ବିଜୟ ହାସଲ କରିଥିଲା । ଆଜିର ଏହି ମ୍ୟାଚକୁ ସୁରେଶ କୁମାର ଦାସ ପରିଚାଳନା କରିଥିବା ବେଳେ ଲାଇନରେ ଦିଲ୍ଲୀପ କୁମାର ରାଉତ ଏବଂ ସଲିଳ କୁମାର ବେହେରା ସହଯୋଗ କରିଥିଲେ । Advertisement
ପୁରୁଖା ହଟିଲେ – ପ୍ରତାପ ହେଲେ କ୍ରିକେଟ୍ ଆସୋସିଏସନର ସଭାପତି , ସାଗର ସମ୍ପାଦକ ଅନୁଗୁଳ – ବରିଷ୍ଠ ବିଜେପି ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ ନିର୍ଦ୍ୱନ୍ଦରେ ଅନୁଗୋଳ ଜିଲ୍ଲା କ୍ରିକେଟ୍ ଆସୋସିଏସନର ସଭାପତି ନିର୍ବାଚିତ ହୋଇଛନ୍ତି…
୧୧ ତମ ତୁରଙ୍ଗ କପ ଫୁଟବଲ ଟୁର୍ଣାମେଣ୍ଟ ଅନୁଗୁଳ – ଅନୁଗୁଳ ଜିଲ୍ଲା ତୁରଙ୍ଗର ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ୧୧ ତମ ତୁରଙ୍ଗ କପ ଫୁଟବଲ ଟୁର୍ଣାମେଣ୍ଟର ଉଦଘାଟନ ହୋଇଥିଲା । ଉଦଘାଟନି…
କବାଡି ଟୁର୍ଣ୍ଣାମେଣ୍ଟରେ ଉଦଯାପିତ – କୁରୁମିଠା ଚମ୍ପିୟାନ ବଅଁରପାଳ – ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଅରାହାଟ ଖେଳ ପଡ଼ିଆ ଠାରେ ପଞ୍ଚୁନାଥ ମେମୋରିଆଲ କବାଡି ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ ଉତ୍ସବରେ…