ନବଜାତକର ମୃତଦେହ ରାସ୍ତାକଡରୁ ଉଦ୍ଧାର

ନବଜାତକର ମୃତଦେହ ରାସ୍ତାକଡରୁ ଉଦ୍ଧାର

ଅନୁଗୁଳ – ଅନୁଗୁଳ ଜିଲ୍ଲା ନିର୍ମାଣାଧୀନ ବାଇପାସର ବେନ୍ତପୁର ଗାଁ ମୁଣ୍ଡରୁ ଏକ ନବଜାତକର ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁସାରେ ବାଇପାସ ଦେଇ ଯାଉଥିବା ଲୋକ ରାସ୍ତା କଡରେ ଏକ ନବଜାତକ ପଡିଥିବା ଦେଖିଥିଲେ । ଖବର ପାଇ ଅନୁଗୁଳ ସଦର ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚିଥିଲା । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତ ଶିଶୁକୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପୁଲିସ ପଠାଇଥିଲା । ନବଜାତକ ଦେହକୁ ଘୋଡା ଯାଇଥିବା କପଡ଼ାରେ ଏକ ଘରୋଇ ଡାକ୍ତରଖାନାର ନାମ ଉଲ୍ଲେଖ ରହିଥିବା ବେଳେ ନବଜାତକକୁ କିଏ ଏବଂ କେଉଁ ଅବସ୍ଥାରେ ସେଠାରେ ଫୋପାଡ଼ିଛି ସେ ନେଇ ପୁଲିସ ତଦନ୍ତ କରୁଛି ।

What’s your Reaction?
+1
0
+1
0
+1
0
+1
0
+1
0
+1
0
+1
2

Leave a Reply