ମୁଖ୍ୟ ଖବର ୧୯ ଲକ୍ଷ ୩୮ ହଜାର ଟଙ୍କାର ଲଡୁ – ଲଡୁର ଓଜନ ୩୫ କୁଇଣ୍ଟାଲ Angul OnlineSeptember 17, 2024September 17, 2024 ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେରର ପ୍ରସିଦ୍ଧ ଗଣେଶ ପୂଜାର ଆଜ୍ଞା ଲଡୁ ନିଲାମ ହୋଇଛି । ଚଳିତ ବର୍ଷ ୩୫ କୁଇଣ୍ଟାଲ ଓଜନ ବିଶିଷ୍ଟ ଏହି ବିଶାଳକାୟ ଲଡୁକୁ ୧୯ ଲକ୍ଷ ୩୮ ହଜାର ଟଙ୍କାରେ ନିଲାମରେ ନେଇଛନ୍ତି ତାଳଚେର ଟିଏସଏସ ଗ୍ରୁପ । ଆଜି ତାଳଚେର ଗଣପର୍ବ ଗଣେଶ ପୂଜାର ଶେଷ ଦିନରେ ଏହି ଲଡୁ ନିଲାମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏକ ଟ୍ରକରେ ଏହି ବିଶାଳକାୟ ଲଡୁକୁ ନିଲାମ ସ୍ଥଳକୁ ଅଣାଯାଇଥିଲା । ପରେ ପରେ ପ୍ରଶାସନ , ତାଳଚେର ବିଧାୟକ ଓ କେନ୍ଦ୍ରୀୟ ପୂଜା କମିଟି କର୍ମକର୍ତ୍ତାଙ୍କ ଗହଣରେ ନିଲାମ ଡକାଯାଇଥିଲା । ଶେଷରେ ତାଳଚେରର ଟିଏସଏସ ଗ୍ରୁପ ନିଲାମ ପ୍ରକ୍ରିୟାର ବିଜେତା ହୋଇଥିଲା । ୩ ଲକ୍ଷ ୫୦ ହଜାର ଟଙ୍କାରୁ ନିଲାମ ଡାକ ଆରମ୍ଭ ହୋଇ ୧୯ ଲକ୍ଷ ୩୮ ହଜାର ଟଙ୍କାରେ ଟିଏସଏସ ଗ୍ରୁପ ଏହି ନିଲାମ ଧରିଛି । ନିଲାମ ଡାକରାରେ ମୋଟ ୧୬ ଟି ଦଳ ଭାଗ ନେଇଥିଲେ । ଆସନ୍ତାକାଲି ଅନୁଷ୍ଠିତ ହେବ ତାଳଚେର ଗଣେଶ ପୂଜାର ଭସାଣି ଉତ୍ସବ । ତେବେ ଗତ ବର୍ଷ ଏହି ଲଡୁ ୩୧ କୁଇଣ୍ଟାଲର ହୋଇଥିବା ବେଳେ ୨୨ ଲକ୍ଷ ୨୨ ହଜାର ୨୨୨ ଟଙ୍କାରେ ନିଲାମ ନେଇଥିଲା ଲାଲ ବାଗ ରାଜା ଅନୁଷ୍ଠାନ । ହେଲେ ଚଳିତ ବର୍ଷ ରେକର୍ଡ ଓଜନର ଲଡୁ ନିର୍ମାଣ ହୋଇଥିଲେ ମଧ୍ୟ ଗତବର୍ଷ ତୁଳନାରେ କମ ଟଙ୍କାରେ ନିଲାମ ହୋଇଛି । Advertisement
କରୋନା ମୁକାବିଲା -୧୦ ଆସିଷ୍ଟାଣ୍ଟ କଲେକ୍ଟରଙ୍କୁ ଅନୁଗୁଳ ଦାୟିତ୍ୱ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ କରୋନା ସ୍ଥିତି ସାଂଘାତିକ ହେବାରେ ଲାଗିଛି । ଏହାର ମୁକାବିଲା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର ।…
ବଦଳିଲେ ଥାନା ଅଧିକାରୀ ଅନୁଗୁଳ – ଅନୁଗୁଳ ଜିଲ୍ଲା ଥାନା ଅଧିକାରୀଙ୍କ ସ୍ତରରେ ଅଦଳବଦଳ ହୋଇଛି । ଅନୁଗୁଳ ଏସପି ଜଗମୋହନ ମୀନାଙ୍କ ନିର୍ଦେଶ କ୍ରମେ ଜିଲ୍ଲାର ୪ ଜଣ ଇନ୍ସିପେକ୍ଟରଙ୍କୁ…
ରେଙ୍ଗାଳି ଜଳଭଣ୍ଡାରକୁ ଡେଇଁ ପଡିଲେ – ବହୁ ଖୋଜାଖୋଜି ପରେ ମୃତଦେହ ଉଦ୍ଧାର କଣିହାଁ – ଅନୁଗୁଳ ଜିଲ୍ଲା ରେଙ୍ଗାଳି ଜଳ ଭଣ୍ଡାରକୁ ଡେଇଁ ଜଣେ ବ୍ୟକ୍ତି ନିଖୋଜ ଥିବା ଜଣା ପଡିଛି । ନିଖୋଜ ବ୍ୟକ୍ତି ଜଣକ ହେଲେ କଣିହାଁ…