ମୁଖ୍ୟ ଖବର କେନାଲରେ ଭାସିଗଲେ ମହିଳା Angul OnlineSeptember 18, 2024September 18, 2024 ଅନୁଗୁଳ – ଗାଧେଇବା ବେଳେ କେନାଲରେ ଭାସିଗଲେ ମହିଳା । ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବୁଢ଼ାପଙ୍କ ଗ୍ରାମ ପଞ୍ଚାୟତ ର କେନାଲ ରେ ଗାଧୋଇଲା ବେଳେ ଭାସି ଗଲେ ମହିଳା । ସ୍ଥାନୀୟ ଲୋକଙ୍କ ସୂଚନା ମୁତାବକ ମହିଳା ଜଣଙ୍କ ହେଲେ ବୁଢ଼ାପଙ୍କ ଗ୍ରାମର ଗଡ଼ସାହି ବାସିନ୍ଦା ଅଶୋକ ସାମଲ ଙ୍କ ୨୨ ବର୍ଷୀୟ ସ୍ତ୍ରୀ ପୂର୍ଣିମା ସାମଲ। ପରିବାର ର ୫ ଜଣ ସଦସ୍ୟ ସକାଳ ପ୍ରାୟ ୫.୩୦ ଗାଧୋଇବା ବେଳେ ସେ ଭାରସାମ୍ଯ ହରାଇ ପାଣି ସ୍ରୋତରେ ଭାସି ଯାଇଥିଲେ। ସମ୍ପର୍କୀୟ ମାନେ ନିଜ ଲୁଗା ପକାଇ ଉଦ୍ଧାର ପାଇଁ ଚେଷ୍ଟା କରିବା ବେଳେ ସଫଳ ହୋଇ ପାରିନଥିଲେ । ଗ୍ରାମବାସୀ ଦମକଳବାହିନୀକୁ ଖବର ଦେବା ପରେ ଦମକଳବାହିନୀ ଆସି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବାବେଳେ ବଅଁରପାଳ ପୋଲିସ, ତହସିଲଦାର, ଆର ଆଇ, ଓ ଜିଲ୍ଲା ଦମକଳବାହିନୀ ଅଧିକାରୀ ପହଞ୍ଚିଥିଲେ । ପ୍ରାୟ ୮ ଘଣ୍ଟା ଖୋଜାଖୋଜି ପରେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଥିଲା । Advertisement
ହତ୍ୟାକାରୀକୁ ଆଜୀବନ କାରାଦଣ୍ଡ ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରପଡା ଥାନା ନାଉପଦା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୨୦୧୭ ମସିହାରେ ହୋଇଥିବା ଏକ ହତ୍ୟାକାଣ୍ଡର ହତ୍ୟାକାରୀକୁ ବୁଧବାର ଦିନ ମାନ୍ୟବର…
ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର ପାଲଲହଡା – ଅନୁଗୁଳ ଜିଲ୍ଲା ଖମାର ଥାନା ମୁଣ୍ଡୁରୀବେଡା ରାସ୍ତା କଡ଼ରୁ ଏକ ଶିଶୁ ପୁତ୍ର ଉଦ୍ଧାର ହୋଇଥିଲା । ମୁଣ୍ଡୁରୀ ବେଡା ଗ୍ରାମର କିଛି ଆଦିବାସୀ…
ବ୍ରିଜ ତଳୁ ମୃତଦେହ ଉଦ୍ଧାର – ଦୁର୍ଘଟଣାରେ କିଛିଦିନ ତଳୁ ଯାଇଛି ଜୀବନ ! ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାଲିପଟା ଗାଁ ନିକଟସ୍ଥ ତେଲିପୋଲ ତଳୁ ଯୁବକଙ୍କ ଗଳିତ ମୃତ ଦେହ ଉଦ୍ଧାର ହୋଇଥିବା ବେଳେ ହତ୍ୟା ଅଭିଯୋଗ…