ଅପରାଧ ନବବଧୂଙ୍କୁ ହତ୍ୟା ଅଭିଯୋଗ Angul OnlineOctober 20, 2024October 20, 2024 ଅନୁଗୁଳ – ଅନୁଗୁଳ ସଦର ଥାନା ଅନ୍ତର୍ଗତ ବଲାସିଂହା ଗ୍ରାମରେ ଜଣେ ନବବଧୂଙ୍କ ମୃତ ଦେହ ଉଦ୍ଧାର ହୋଇଥିବା ବେଳେ ନବବଧୂଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି । ସୂଚନା ଅନୁସାରେ , ବନ୍ତଳା ଥାନା ତଳଗଡ ପଞ୍ଚାୟତ କନ୍ତମେଘ ଗ୍ରାମର ଲୋକନାଥ ସାହୁ ଙ୍କ ଝିଅ ଲିପିକା ସାହୁ (୨୦) ସଦର ଥାନା ଅନ୍ତର୍ଗତ ବଲାସିଂହା ଗ୍ରାମର ଗୌରାଙ୍ଗ ପ୍ରଧାନଙ୍କ ପୁଅ ସୁନୀଲ ପ୍ରଧାନଙ୍କୁ ଗତ ତିନି ମାସ ତଳେ ବୈଦିକ ରୀତିରେ ବିବାହ କରାଇଥିଲେ । ଆଜି ସକାଳ ସମୟରେ ଲିପିକା ଫ୍ୟାନରେ ଝୁଲି ଥିବା ଦେଖି ଲିପିକାଙ୍କ ଶ୍ୱଶୁର ଘର ଲୋକ ସଙ୍ଗେ ସଙ୍ଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣି ଲିପିକାଙ୍କ ବାପ ଘରକୁ ଖବର ଦେଇଥିଲେ । ଲିପିକାଙ୍କ ବାପ ଘର ଲୋକ ଆସି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଦେଖିଲେ ଯେ, ଲିପିକା ର ମୃତ୍ୟୁ ହୋଇ ସାରିଛି। ଏହା ଦେଖି ଲିପିକାଙ୍କ ବାପ ଘର ଲୋକ ଆମ ଝିଅକୁ ହତ୍ୟା କରାଯାଇଛି ବୋଲି ଅଭିଯୋଗ କରିଛନ୍ତି । ଏ ଘଟଣା ନେଇ ଲିପିକାଙ୍କ ଭାଇ ପ୍ରଭାତ କୁମାର ସାହୁ ଥାନାରେ ଅଭିଯୋଗ କରିଛନ୍ତି । ଲିପିକାଙ୍କୁ ହତ୍ୟା କରାଯାଇଛି ନା ଲିପିକା ଆତ୍ମହତ୍ୟା କରିଛିନ୍ତି ତାହା ତଦନ୍ତ ପରେ ଜଣା ପଡିବ ବୋଲି ପୁଲିସ ପକ୍ଷରୁ କୁହା ଯାଇଛି । Advertisement
ଭୁଜାଲିରେ ହାଣି ଲୁଟି ନେଲେ ୨ ଲକ୍ଷ ଟଙ୍କା ଛେଣ୍ଡିପଦା – ଭୁଜାଲିରେ ଆକ୍ରମଣ କରି ଗ୍ରାହକ ସେବା କେନ୍ଦ୍ରର ମାଲିକଙ୍କ ଠାରୁ ୨ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଲୁଟି ନେଇଛନ୍ତି ଦୁବୁର୍ତ୍ତ । ଭୁଜାଲି ଆକ୍ରମଣରେ…
କାଙ୍ଗୁଲା ଦୁଷ୍କର୍ମ ଓ ହତ୍ୟା ମାମଲା – ଦୋଷୀ ସାବସ୍ତ୍ୟ ହେଲା ଅନାମ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ବହୁ ଚର୍ଚିତ କାଙ୍ଗୁଲା ସ୍କୁଲ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା ଘଟଣାର ଅଭିଯୁକ୍ତ ଅନାମ ଦୋଷୀ ସାବସ୍ତ୍ୟ ହୋଇଛି…
ଭଡାଘର ମାଲିକଙ୍କ ପୁଅକୁ ଅପହରଣ ଅଭିଯୋଗରେ ଜଣେ ଗିରଫ ଅନୁଗୁଳ – ଘରେ ଭଡାରେ ରହୁଥିବା ଜଣେ ରାଜମିସ୍ତ୍ରୀ ଘର ମାଲିକଙ୍କ ନାବାଳକ ପୁଅକୁ ଅପହରଣ କରିବା ଅଭିଯୋଗରେ ଗିରଫ ହୋଇଛି । ଗିରଫ ଅଭିଯୁକ୍ତ ଜଣଙ୍କ…