ଅପରାଧ ଦହିବରା ଦୋକାନୀକୁ ବଟି ପାଇଁ ମାଡ ମାରିବା ଘଟଣା – ଜଣେ ଗିରଫ Angul OnlineNovember 15, 2024November 15, 2024 ଅନୁଗୁଳ – ଅନୁଗୁଳ ଟାଉନ୍ ଥାନା ଅଧୀନ ସରକାରୀ ସ୍ଵୟଂ ଶାସିତ ମହାବିଦ୍ୟାଳୟ ସମ୍ମୁଖରେ ଜଣେ ଦହିବରା ବେପାରୀ ଦାଦାବଟି ନଦେବାରୁ ମାରଣାସ୍ତ୍ରରେ ଆକ୍ରମଣର ଶିକାର ହୋଇଥିଲେ । ସୂଚନା ଅନୁସାରେ, ରାଧାରମଣପଡ଼ାର ପବିତ୍ର ସାହୁଙ୍କ ପୁଅ ତ୍ରିନାଥ ସାହୁ ଆଜକୁ ଚାରିବର୍ଷ ହେଲା ସରକାରୀ ସ୍ଵୟଂ ଶାସିତ ମହାବିଦ୍ୟାଳୟ ସମ୍ମୁଖରେ ଦହିବରା ବେପାର କରନ୍ତି। ୧୧ ତାରିଖ ଦିନ ବାରଟା ବେଳେ ପ୍ରଗତିନଗର ଅଞ୍ଚଳର ସମୀର ଦାସ ନାମକ ଜଣେ ଯୁବକ ତ୍ରିନାଥଙ୍କୁ ଦାଦା ବଟି ମାଗିଥିଲେ। ତ୍ରିନାଥ ଦାଦାବଟି ଦେବାକୁ ବାରଣ କରିଥିଲେ। ଯାହା ଫଳରେ ପ୍ରଥମେ ତ୍ରିନାଥ ଏବଂ ସମୀରଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ସମୀର ଉତକ୍ଷିପ୍ତ ହୋଇ ନିକଟରେ ଥିବା ଏକ ଗୁପଚୁପ ଦୋକାନୀଙ୍କ ଠାରୁ ଧାରୁଆ ଛୁରୀ ଆଣି ତ୍ରିନାଥଙ୍କୁ ମାରିବା ପାଇଁ ଗୋଡ଼ାଇ ଥିଲେ। ଏପରିକି ତ୍ରିନାଥଙ୍କ ଦୋକାନ ସମୀର ଭାଙ୍ଗି ଦେଇଥିଲା । ତ୍ରିନାଥ ଭୟଭୀତ ହୋଇ ପୁଲିସକୁ ଯୋଗାଯୋଗ କରିଥିଲେ । ଟାଉନ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ଏ ପଟେ ଘଟଣା ସ୍ଥଳରୁ ସମୀର ଫେରାର ହୋଇ ଯାଇଥିଲା । ଏ ନେଇ ତ୍ରିନାଥଙ୍କ ସ୍ତ୍ରୀ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପାଇବା ପରେ ପୁଲିସ ଘଟଣାର ତଦନ୍ତ କରି ଆଜି ସମୀରକୁ ଗିରଫ କରିଛି । ଅନୁଗୁଳ ଥାନା ଅଧିକାରୀ ଧୀରେଶ ଦାସଙ୍କ କହିବା କଥା ସମୀର ଦାଦାବଟି ପାଇଁ ପବିତ୍ରଙ୍କୁ ଧମକାଇବା ସହ ପବିତ୍ର ନିକଟରୁ ୪୦୦୦ ଟଙ୍କା ନେଇ ଯାଇଥିବା ସ୍ଵୀକାର କରିଛି । ତାକୁ ଗିରଫ କରି କୋର୍ଟ ଚାଲାଣ କରା ଯାଇଛି । Advertisement
ଗାଡିଆରେ ଭାସୁଛି ଅଜଣା ଶବ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପଳାସବଣିଆ ଗ୍ରାମ ନିକଟସ୍ଥ ବରନାଳ ଚେକଡ୍ୟାମର ଏକ ଗାଡିଆରେ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ…
ବାଘ ଶିକାର କରି ଚାରି ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ମହାବଳ ବାଘଙ୍କ ପରେ କଲରାପତରିଆ ବାଘ ଉପରେ ବିପଦ ପଡିଛି । ଗତ ସପ୍ତାହରେ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ଦୁଇଟି କଲରାପତରିଆ…
ସାଇବର ଠକ ଲୁଟିନେଲେ ୫ ଲକ୍ଷ ଟଙ୍କା ଅନୁଗୁଳ – ସାଇବର ଠକେଇର ଶିକାର ହୋଇଛନ୍ତି ତ୍ରିମୂର୍ତ୍ତୀ ଅଫସେଟ ପ୍ରେସର ମାଲିକ ଚଣ୍ଡିକା ପ୍ରସାଦ ନନ୍ଦ । ଲିଙ୍କ ପଠାଇ ସାଇବର ଠକ ଲୁଟିନେଲେ ୫…