ମୁଖ୍ୟ ଖବର ପୋଖରୀରେ ବୁଡି ଦୁଇ ନାବାଳକ ମୃତ Angul OnlineMarch 16, 2021March 16, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଗୋତମରା ଗାଁ ମଠ ପୋଖରୀରେ ବୁଡି ଦୁଇଜଣ ନାବାଳକଙ୍କ ମୃତ୍ୟୁ ହୋଇଛି । ମୃତ ନାବାଳକ ଦୁଇଜଣ ହେଲେ ସେହି ଗାଁର ବିଦ୍ୟାଧର ବେହେରା ଓ ସ୍ଵାଧିନ ସାମଲ । ସୂଚନା ଅନୁସାରେ ଆଜି ମଧ୍ୟାହ୍ନରେ ଉଭୟ ମଠ ପୋଖରୀକୁ ଗାଧୋଇ ଯାଇଥିଲେ । ତେବେ ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ପରିବାର ଲୋକ ଖୋଜାଖୋଜି କରିଥିଲେ । ଅପରାହ୍ନ ପ୍ରାୟ ୪ ଟା ବେଳେ ପୋଖରୀରୁ ଉଭୟଙ୍କ ମୃତଦେହ ଉଦ୍ଧାର କରା ଯାଇଥିଲା । ଏହି ଘଟଣାରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ଖବର ପାଇ ବଅଁରପାଳ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । Advertisement
ଜେଏସପିଏଲ ପକ୍ଷରୁ ୨୭୦ ଶଯ୍ୟା ବିଶିଷ୍ଟ କୋଭିଡ ସେଣ୍ଟର ଉଦଘାଟିତ ଅନୁଗୁଳ – ଅନୁଗୁଳ ଜିଲ୍ଲା ଗସ୍ତରେ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସିଥିବା ବେଳେ ଜେଏସପିଏଲ ଠାରେ ନିର୍ମିତ କୋଭିଡ କେୟାର ସେଣ୍ଟରକୁ ଲୋକାର୍ପଣ କରିଛନ୍ତି ।…
ସାଂସଦଙ୍କ ବାସଭବନରୁ ଚୋରି ପାଲଲହଡ଼ା – ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କ ବାସଭବନରୁ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ତାଙ୍କ ପାଲଲହଡା ଥାନା ପେଣ୍ଡେରାବସା ସ୍ଥିତ ବାସଭବନରୁ ବିଳମ୍ବିତ…
ସିବିଆଇ ପଞ୍ଝାରେ ଖଣି ସୁରକ୍ଷା ଅଧିକାରୀ ଇଂନଚାର୍ଜ ତାଳଚେର – ସିବିଆଇ ପଞ୍ଝାରେ ତାଳଚେର ଏମସିଏଲର ଖଣି ସୁରକ୍ଷା ଅଧିକାରୀ ଇଂନଚାର୍ଜ ଜୟନ୍ତ ବାରିକ । ତାଳଚେର ଏମସିଏଲର ବଳରାମ କୋଇଲା ଖଣି ସୁରକ୍ଷା ଅଧିକାରୀ…