ଭୁବନେଶ୍ଵର – ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି । ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ଅନୁଗୁଳ ଜିଲ୍ଲାର ଜଣେ ସରକାରୀ ବାବୁଙ୍କୁ ବରଖାସ୍ତ କରା ଯାଇଛି । ମହିଳା ଓ ଶିଶୁବିକାଶ ବିଭାଗର ଅନୁଗୁଳ ଜିଲ୍ଲା ଆଠମଲ୍ଲିକରେ କାର୍ଯ୍ୟରତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ବସନ୍ତ କୁମାର ସାହୁଙ୍କୁ ଦୁର୍ନୀତି ଅଭିଯୋଗରେ ଚାକିରୀରୁ ବରଖାସ୍ତ କରାଯାଇଛି । ସେହିଭଳି ବର୍ତ୍ତମାନ ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ଜିଲ୍ଲାରେ କାର୍ଯ୍ୟରତ ତଥା ବଲାଙ୍ଗୀରର ଟିଟିଲାଗଡ ବ୍ଲକର ପୂର୍ବତନ SEO ଶ୍ରୀ ବଳରାମ ସୁନାଙ୍କୁ ଦୁର୍ନୀତି ଅଭିଯୋଗରେ ଚାକିରୀରୁ ବରଖାସ୍ତ କରାଯାଇଛି । ସେହିପରି ଭୁବନେଶ୍ବର BEDର ex-DGM Electrical ଶ୍ରୀ ଦାମୋଦର ଦାସ ଏବଂ ଅବସରପ୍ରାପ୍ତ ପୋଲିସ ଏ.ଏସ୍.ଆଇ ଶ୍ରୀ ଏମ୍. ଜଗନ୍ନାଥ ରାଓଙ୍କର ପେନ୍ସନ ଏବଂ ପେନ୍ସନ ଜନିତ ସୁବିଧାକୁ ସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି । ଦୁର୍ନୀତି ଅଭିଯୋଗରେ ଏହି ଦୁଇ ଅଧିକାରୀ ଅଦାଲତ ଦ୍ବାରା ଅଭିଯୁକ୍ତ ହୋଇଥିଲେ । ଏହି ଚାରି ଜଣ ଅଭିଯୁକ୍ତଙ୍କୁ ମିଶାଇ ଗତ ଏକ ବର୍ଷ ମଧ୍ୟରେ ଏପର୍ଯ୍ୟନ୍ତ ୧୧୭ ଜଣ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇସାରିଛି ।
What’s your Reaction?
+1
+1
+1
+1
+1
+1
+1