ସଡକ ଦୁର୍ଘଟଣା ନେଲା ବାପ-ପୁଅଙ୍କ ଜୀବନ

ସଡକ ଦୁର୍ଘଟଣା ନେଲା ବାପ-ପୁଅଙ୍କ ଜୀବନ

ଅନୁଗୁଳ – ସଡକ ଦୁର୍ଘଟଣାରେ ବାପ-ପୁଅ ମୃତ । ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ପ୍ରତାପପୁର ଠାରେ ଅଜଣା ଗାଡି ଧକ୍କାରେ ୨ ଜଣ ମୋଟରସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ହେଲେ ଛେଣ୍ଡିପଦା ଥାନା ହରିବେରେଣୀ ଗାଁ ବଳରାମ ପ୍ରଧାନ ଓ ତାଙ୍କ ବାପା ଅର୍କ୍ଷିତ ପ୍ରଧାନ ସୂଚନା ଅନୁସାରେ ଦୁଇଜଣ ମୋଟରସାଇକେଲ ଆରୋହି ଜାତୀୟ ରାଜପଥ ୫୫ ରେ ବାମୂର ଗାଁ ବଳରାମଙ୍କ ଶ୍ଵଶୁର ଘରୁ ଛେଣ୍ଡିପଦା ଘରକୁ ଫେରୁଥିଲେ ତେବେ ପ୍ରତାପପୁରଠାରେ ପଛରୁ ଦ୍ରୁତ ଗତିରେ ଏକ ଗାଡି ଆସି ସେମାନଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା । ଦୁର୍ଘଟଣା ଫଳରେ ଘଟଣା ସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଛି । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

What’s your Reaction?
+1
0
+1
0
+1
0
+1
0
+1
0
+1
0
+1
0

Leave a Reply