ମୁଖ୍ୟ ଖବର ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କଲେ ସଂକ୍ରମିତ ବୃଦ୍ଧ Angul OnlineMay 4, 2021May 4, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କାଠପାଳ ଗାଁରେ ଜଣେ କରୋନା ଆକ୍ରାନ୍ତଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ହେଲେ ସେହି ଗାଁର ୭୦ ବର୍ଷୀୟ ବୃଦ୍ଧ ଜଗବନ୍ଧୁ ବାଘ । ଜଗବନ୍ଧୁଙ୍କ ଗତ କିଛିଦିନ ତଳେ ଜ୍ଵର ହେବା ଯୋଗୁଁ ସେ କୋଭିଡ ପରୀକ୍ଷା କରାଇଥିଲେ । ଗତକାଲି ତାଙ୍କର ପୋଜିଟିଭ ଥିବା ଜଣା ପଡିଥିଲା । ଗତକାଲି ଠାରୁ ପାରିବାରିକ ବୋଝ ଓ କଟକଣା ଯୋଗୁଁ ସେ ମାନସିକ ଚାପରେ ଥିଲେ । ଆଜି ସକାଳ ସାଢେ ୭ ଟାରେ ଗାଁ ପାଖ କାଠପାଳ ଗ୍ରାମର ଅଣାଯୋର ନାଳ ନିକଟରେ ଏକ ଆମ୍ବ ଗଛରେ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା । ପରିବାର ଲୋକଙ୍କ ଠାରୁ ଖବରପାଇ ଛେଣ୍ଡିପଦା ପୁଲିସ ଓ ଅତିରିକ୍ତ ତହସିଲଦାର ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ କୋଭିଡ ନିୟମ ଅନୁସାରେ ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇଛନ୍ତି । Advertisement
ଜାନୁୟାରୀ ମାସ ୧୬ ତାରିଖରୁ ପୁରୀ-ଅନୁଗୁଳ ସ୍ୱତନ୍ତ୍ର ଟ୍ରେନର ନିୟମିତ ସେବା ଭୁବନେଶ୍ୱର – ଜାନୁୟାରୀ ମାସ ଦ୍ୱିତୀୟ ସପ୍ତାହ ପର୍ଯ୍ୟନ୍ତ ପୁରୀ ଠାରୁ ଅନୁଗୁଳ ମଧ୍ୟରେ ସପ୍ତାହରେ ତିନିଥର ଚଳାଚଳ କରିବ । ଜାନୁୟାରୀ ମାସ ଦ୍ୱିତୀୟ ସପ୍ତାହ…
ମୀନକେତନ ଅମାନ୍ତ ହେଲେ ଟାମଡା ଅଧ୍ୟକ୍ଷ ଅନୁଗୁଳ – ତାଳଚେର-ଅନୁଗୋଳ-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ(ଟାମଡ଼ା) ଅଧ୍ୟକ୍ଷ ଭାବେ ମୀନକେତନ ଅମାନ୍ତ ଚୟନ ହୋଇଛନ୍ତି । ପୂର୍ବତନ ଅଧ୍ୟକ୍ଷ ଅବନୀକାନ୍ତ ସାହୁ ରାଜ୍ୟ ଖାଦ୍ୟ କମିଶନ୍ର ଅଧ୍ୟକ୍ଷ…
ବିପୁଳ ପରିମାଣର ଚୋରା ବନ୍ଧୁକ ଓ ଗୁଳି ଜବତ – ଜଣେ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କେରଜାଙ୍ଗ ଗାଁରୁ ବିଳମ୍ବିତ ରାତିରେ ବିପୁଳ ପରିମାଣର ଚୋରା ବନ୍ଧୁକ ଓ ଗୁଳି ଜବତ କରିବା ସହ ଜଣଙ୍କୁ…