ଟ୍ରକ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା – ଜଣେ ମୃତ

ଟ୍ରକ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା – ଜଣେ ମୃତ

ପାଲଲହଡ଼ା – ଅନୁଗୁଳ ଜିଲ୍ଲା ଖମାର ଥାନା ଅନ୍ତର୍ଗତ ଖେମଳା ଛକ ନିକଟରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣା । ଏକ ଟ୍ରାକ୍ଟରକୁ ଟ୍ରକ ଧକ୍କା ଦେବା ଫଳରେ ଟ୍ରାକ୍ଟରରେ ଥିବା ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ବାରକୋଟିଆ ଗ୍ରାମର ଚରଣ ସାହୁ । ସୂଚନା ଅନୁସାରେ ଖେମଳା ପଟୁ ଟ୍ରାକ୍ଟରଟି ଆସୁଥିବା ବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସି ଟ୍ରକଟି ଧକ୍କା ଦେଇଥିଲା । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଥିବା ବେଳେ ଟ୍ରକ ଚାଳକ ଘଟଣା ସ୍ଥଳରୁ ଫେରାର ହୋଇ ଯାଇଛି ।

What’s your Reaction?
+1
0
+1
0
+1
0
+1
0
+1
0
+1
0
+1
0

Leave a Reply