ଆଞ୍ଚଳିକ ବଜ୍ରାଘାତରେ ମହିଳା ମୃତ Angul OnlineMay 7, 2021May 7, 2021 କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ଥାନା କସଂମୁଣ୍ତା ଗ୍ରାମରେ ବଜ୍ରାଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ହେଲେ ସେହି ଗ୍ରାମର ଘନଶ୍ୟାମ ନାଏକଙ୍କ ପତ୍ନୀ ମାଳତୀ ନାଏକ ବୋଲି ଜଣାପଡିଛି । ସୂଚନା ଅନୁସାରେ , ଆଜି ସନ୍ଧ୍ୟାରେ ବର୍ଷା ପବନ ଆସିବା ବେଳେ ନିଜ ଆମ୍ବତୋଟାକୁ ଆମ୍ବ ସଂଗ୍ରହ କରି ପାଇଁ ଯାଇଥିଲେ । ତେବେ ସେହି ସମୟରେ ବଜ୍ରାଘାତ ହୋଇଥିଲା । ବଜ୍ରାଘାତରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ଘଟଣା ସ୍ଥଳରେ କଣିହାଁ ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି । Advertisement
ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ବିଶ୍ଵ କର୍କଟ ଦିବସ ପାଳିତ ଅନୁଗୋଳ – ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପିଏଲ)ର ସାମାଜିକ ଦାୟିତ୍ଵବୋଧ ଶାଖା ରୂପେ କାର୍ଯ୍ୟ କରୁଥିବା ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ବିଶ୍ଵ କର୍କଟ ଦିବସ ପ୍ରକଳ୍ପ…
ହାତୀ ଆକ୍ରମଣରେ ଜଣେ ଗୁରୁତର – ଘଟଣାକୁ ନେଇ ଉତ୍ତେଜନା ଅନୁଗୋଳ – ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜରେ ହାତୀ ଆକ୍ରମଣରେ ଗୁରୁବାର ସକାଳେ ପୋକତୁଙ୍ଗା ଗାଁର ସୁରେଶ ପ୍ରଧାନ (୫୫ ବର୍ଷ) ଗୁରୁତର ଆହତ ହୋଇଛନ୍ତି।…
ଅଚିହ୍ନା ମୃତଦେହ ଉଦ୍ଧାର ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ପୌରାଞ୍ଚଳ ୧ନମ୍ବର ୱାର୍ଡର ବୀରବରପଲ୍ଲୀ ନିକଟରୁ ଜଣେ ବୃଦ୍ଧଙ୍କ ମୃତଦେହ ପୁଲିସ ଉଦ୍ଧାର କରିଛି । ତାଙ୍କ ପରିଚୟ ମିଳି…