ଆଞ୍ଚଳିକ ସଡକ ଦୁର୍ଘଟଣାରେ ଯୁବକ ମୃତ Angul OnlineJune 1, 2021June 1, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ମୂଷାପାପୁଲି ଠାରେ ସଡକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜିଲ୍ଲା ଦଶପଲ୍ଲା ଅଞ୍ଚଳର ବିଜୟ କରଙ୍କ ପୁଅ ଅଜୟକାନ୍ତ କର ବୋଲି ଜଣା ପଡିଛି । ସୂଚନା ଅନୁସାରେ ଅଜୟକାନ୍ତ କର ଆଜି (ମଙ୍ଗଳବାର) ତାଙ୍କ ସାଙ୍ଗ ମାନଙ୍କ ସହିତ ଡେରଜାଙ୍ଗ ଡ୍ୟାମ୍ ନିକଟକୁ ଭୋଜି କରିବାକୁ ଯାଇଥିଲେ । ସେ ହସ ଖୁସିରେ ସାଙ୍ଗ ମାନଙ୍କ ସହ ଭୋଜି ଭାତ ଖାଇ ସାରି ଏକ ମୋଟରସାଇକେଲରେ ଫେରୁଥିଲେ । ସେ ଡେରଜାଙ୍ଗ ଡ୍ୟାମରୁ ଜାତୀୟ ରାଜପଥକୁ ବାହାରିବା ବେଳେ ତାଙ୍କୁ ଏକ ଟ୍ରକ ଧକ୍କା ଦେଇଥିଲା । ଫଳରେ ଅଜୟଙ୍କ ଘଟଣା ସ୍ଥଳରେ ମୃତ ହୋଇଥିଲା । ତାଙ୍କ ସହ ମୋଟରସାଇକେଲରେ ବସିଥିବା ବନ୍ଧୁଙ୍କର ସାମାନ୍ୟ ଆହତ ହୋଇଥିବା ମଧ୍ୟ ଜଣା ପଡିଛି । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଖବର ପାଇ ପୁଲିସ ଏକ ମାମଲା ରୁଜ୍ଜୁ କରି ତଦନ୍ତ କରୁଛି । Advertisement
ମୋଟରସାଇକେଲକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ବଲେରୋ ଛେଣ୍ଡିପଦା – ଅନୁଗୋଳ-ଦେବଗଡ ଜିଲ୍ଲା ସୀମାନ୍ତ ଟିକିରା ପୋଲ ନିକଟରେ ଏକ ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି । ଏକ ମୋଟରସାଇକେଲକୁ ଧକ୍କା ଦେଇ ଏକ…
ସାତ ବର୍ଷ ଛୁଆର ମା ପ୍ରେମିକ ସହ ଫେରାର ବେଳେ ଦୁର୍ଘଟଣାରେ ଗୁରୁତର ଅନୁଗୋଳ – ଜଣେ ବିବାହିତ ମହିଳା , ଯାହାଙ୍କର ୭ ବର୍ଷର ଏକ ସନ୍ତାନ ଅଛି ପ୍ରେମରେ ଉଟୁବୁଟୁ ହୋଇ ରାତି ଅଧରେ ପ୍ରେମିକ ସହ ଛୁ…
ସ୍କୁଟି ଧକ୍କାରେ ବୃଦ୍ଧ ମୃତ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଶିମିଳିପାଳ କମାରଘାଇ ପୋଲ ନିକଟରେ ଏକ ସ୍କୁଟି ଧକ୍କାରେ ଆଜି(ଶୁକ୍ରବାର) ସକାଳ ୭ ଟା ବେଳେ ଜଣେ ବୃଦ୍ଧଙ୍କର…