ଗୁଳିମାଡରେ ଯୁବକ ଆହତ ଘଟଣା – ଗୁଳି କରିଥିବା ଯୁବକ ଗିରଫ

ଗୁଳିମାଡରେ ଯୁବକ ଆହତ ଘଟଣା – ଗୁଳି କରିଥିବା ଯୁବକ ଗିରଫ

ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ବଡକନ୍ତକୁଳ ଗାଁରେ ବୁଧବାର ବିଳମ୍ବିତ ରାତିରେ ଘଟିଥିବା ଗୁଳିକାଣ୍ଡ ଘଟଣାରେ ଜଣଙ୍କୁ ପୁଲିସ ଗିରଫ କରିଛି ତାଙ୍କ ନିକଟରୁ ଗୁଳି କରା ଯାଇଥିବା ବନ୍ଧୁକ ମଧ୍ୟ ଜବତ କରା ଯାଇଥିବା ଜଣା ପଡିଛି ସୂଚନା ଅନୁସାରେ ଗାଁର ଅଖିଳ ବେହେରା ଓ ଶିଶିର ସାହୁଙ୍କ ମଧ୍ୟରେ ପୂର୍ବରୁ କୌଣସି କାରଣ ପାଇଁ ଶତ୍ରୁତା ଥିଲା ଗତକାଲି ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ବେଳେ ଉତ୍ତ୍ୟକ୍ତ ହୋଇ ଶିଶିର ଏକ ବନ୍ଧୁକରେ ଅଖିଳଙ୍କ ଉପରକୁ ଗୁଳି ଚଳାଇ ଥିଲେ ଗୁଳିଟି ଆସି ଅଖିଳଙ୍କ ବାମ ହାତ କହୁଣିରେ ବାଜିଥିଲା ଗାଁ ଲୋକ ତାଙ୍କୁ ଘଟଣା ସ୍ଥଳରୁ ଉଧାର କରି ପ୍ରଥମେ ବନ୍ତଳା ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ମଧ୍ୟ ଅଖିଳଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରା ଯାଇଥିଲା ତେବେ ଏହି ଘଟଣାରେ ଆଜି ବନ୍ତଳା ପୁଲିସ ତଦନ୍ତ କରି ଶିଶିରକୁ ଗିରଫ କରି କୋର୍ଟ ଚାଲାଣ କରିଛି

What’s your Reaction?
+1
0
+1
0
+1
0
+1
0
+1
0
+1
0
+1
0

Leave a Reply