ମୁଖ୍ୟ ଖବର ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର Angul OnlineJuly 16, 2021July 16, 2021 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାପୁଜୀ ମହାବିଦ୍ୟାଳୟ ପୋଲ ନିକଟରୁ ତିନି ଦିନ ପୂର୍ବରୁ ନିଖୋଜ ଥିବା ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣଙ୍କ ପୋଡାପଡା ଗ୍ରାମର ରସାନନ୍ଦ ସାହୁଙ୍କ ପୁଅ ସୁଧୀର କୁମାର ସାହୁ । ଗତ ତିନିଦିନ ପୂର୍ବରୁ ସେ ନିଖୋଜ ଥିଲେ । ଆଜି ସକାଳ ୬ଟାରେ ସୁଧୀରଙ୍କ ମୃତଦେହ ଶନି ମନ୍ଦିର ନିକଟ ପୋଲ ତଳପାଖ ଲଟାବୁଦା ମୂଳେ ସ୍ଥାନୀୟ ଲୋକମାନେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ । ପରିବାର ଲୋକଙ୍କ ଅଭିଯୋଗରେ ପୁଲିସ ଘଟଣାସ୍ଥଳରୁ ମୃତଦେହ ଉଦ୍ଧାର କରି ତଦନ୍ତ କରୁଛି । ପରିବାର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସୁଧୀର ଗତ ବୁଧବାର ସନ୍ଧ୍ୟାରେ ଛେଣ୍ଡିପଦାରୁ ଏକ ଅଟୋରେ ପୋଡାପଡା ଫେରୁଥିଲେ । ଫେରିବା ବାଟରେ ଶୌଚ ପାଇଁ ବାପୁଜୀ ମହାବିଦ୍ୟାଳୟ ପୋଲ ନିକଟରେ ଅଟୋରୁ ଓହ୍ଲେଇ ନାଳ ଆଡକୁ ଯାଇଥିଲେ । ଘରକୁ ସନ୍ଧ୍ୟାରେ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ । ତାଙ୍କର ସ୍ୱାସ୍ଥ୍ୟ ଭଲନଥିବା ବେଳେ ଶୌଚ ପାଇଁ ଯିବା ସମୟରେ ନାଳ ନିକଟରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ସନ୍ଦେହ କରୁଛନ୍ତି । ପୁଲିସ ଘଟଣାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳେଇଛି । Advertisement
ପ୍ରଥମ ଦିନରେ ୫୪୫ ଜଣଙ୍କ ନାମାଙ୍କନ ଅନୁଗୁଳ – ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ…
ଗଞ୍ଜେଇ ଗାଡି ଧକ୍କାରେ ମହିଳା ମୃତ ଅନୁଗୋଳ – ଗଞ୍ଜେଇ ଗାଡି ଧକ୍କାରେ ମହିଳା ମୃତ । ଏଭଳି ଘଟଣା ଅନୁଗୋଳ ଜିଲ୍ଲା ମହିଧରପୁର ନିକଟରେ ଘଟିଛି । ସୂଚନା ଅନୁସାରେ ଅନୁଗୋଳ-କଟକ ପୁରୁଣା…
ଶଙ୍ଖ ଧରିବେ ବିପ୍ଲବ !! – କଂଗ୍ରେସରୁ ଦେଲେ ଇସ୍ତଫା ଅନୁଗୁଳ – ଆଗକୁ ନିର୍ବାଚନ । ଏବେଠାରୁ ସବୁ ରାଜନୈତିକ ଦଳ ଏବଂ ରାଜନେତା ନିଜ ନିଜର ଗୋଟି ଚାଳନା ଆରମ୍ଭ କରିଦେଲେଣି । ସବୁ…