ଗୁଳି ମାଡରେ ଆହତ ଯୁବକଙ୍କ ମୃତ୍ୟୁ

ଗୁଳି ମାଡରେ ଆହତ ଯୁବକଙ୍କ ମୃତ୍ୟୁ

ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ବଡକନ୍ତକୁଳ ଗାଁରେ ଗତ ୩୦ ତାରିଖ ବିଳମ୍ବିତ ରାତିରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ଆହତ ଯୁବକଙ୍କ  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ସେବେଠାରୁ ସେ କଟକର ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ଆଜି ତାଙ୍କର ମୃତ୍ୟୁ ହୋଇଥିବା ଜଣା ପଡିଛି ସୂଚନା ଅନୁସାରେ ବଡକନ୍ତକୁଳ ଗ୍ରାମର  ଅଖିଳ ବେହେରା ଓ ଶିଶିର ସାହୁଙ୍କ ମଧ୍ୟରେ ପୂର୍ବ ଶତ୍ରୁତା ରହିଥିଲା । ଗତ ୩୦ ତାରିଖ ରାତି ପ୍ରାୟ ୧୦ଟା ସମୟରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା ଏହି ବଚସା ବେଳେ ଶିଶିର ଉତକ୍ଷିପ୍ତ ହୋଇ ଏକ ଦେଶୀ ବନ୍ଧୁକରେ ଅଖିଳ ଉପରକୁ ଗୁଳି କରିଥିଲା । ଗୁଳିଟି ଅଖିଳଙ୍କ ବାମହାତରେ ବାଜିଥିଲା ଗୁଳି ମାଡରେ ଆହତ ଅଖିଳଙ୍କୁ ପ୍ରଥମେ ବନ୍ତଳା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ହେଲେ ପ୍ରଚୁର ରକ୍ତସ୍ରାବ ଯୋଗୁଁ ତାଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ପରବର୍ତ୍ତୀ ସମୟରେ କଟକ ସ୍ଥାନାନ୍ତରିତ କରା ଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ଅଖିଳଙ୍କ ମୃତ୍ୟୁ ହୋଇଛି । ସେପଟେ ଘଟଣା ଦିନ ଅଭିଯୋଗ ମିଳିବା ପରେ ବନ୍ତଳା ପୁଲିସ ଘଟଣାର ତଦନ୍ତ କରି ଶିଶିରକୁ ଗିରଫ କରିବା ସହ ତା ନିକଟରୁ ଦେଶୀ ବନ୍ଧୁକ ଜବତ କରିଥିଲା ।

What’s your Reaction?
+1
0
+1
0
+1
0
+1
0
+1
1
+1
0
+1
0

Leave a Reply