ଆଞ୍ଚଳିକ ଗାଡି ଧକ୍କାରେ ଜଣେ ମୃତ Angul OnlineAugust 7, 2021August 7, 2021 ତାଳଚେର – ଅନୁଗୁଳ ଜିଲ୍ଲା ଗୋଡିବନ୍ଧ- ଏନଟିପିସି ରାସ୍ତାର ଶିବରାମପୁର ଛକ ନିକଟରେ ଅଜଣା ଟ୍ରକ୍ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ଶିବରାମପୁର ଗ୍ରାମର ୨୩ ବର୍ଷୀୟ ଯୁବକ ଦୁଷ୍ମନ୍ତ ବେହେରା । ସୁଚନା ଅନୁସାରେ ଶିବରାମପୁର ଦୁଷ୍ମନ୍ତ ଜଣେ ଦିନ ମଜୁରିଆ ହୋଇଥିବା ବେଳେ ଆଜି କାମ ସାରି ଘରକୁ ଫେରୁଥିବା ବେଳେ ତାଙ୍କୁ କୌଣସି ଅଜଣା ଟ୍ରକ୍ ଧକ୍କା ଦେଇଥିଲା । ଗୁରୂତର ଅବସ୍ଥାରେ ଦୁଷ୍ମନ୍ତଙ୍କୁ ତାଳଚେର ଉପଖଣ୍ଡ ଚିକିତ୍ସାଳୟକୁ ପଠା ଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାକୁ ନେଇ ଉତ୍ତେଜନା ପରିସ୍ଥିତି ଦେଖା ଦେବା ସହ ଗାଁ ଲୋକ ଗୋଡ଼ିବନ୍ଧ-ଏନଟିପିସି ରାସ୍ତା ଅବରୋଧ କରି ବସିଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ଦୁର୍ଘଟଣା ଘଟାଇ ଥିବା ଗାଡ଼ିକୁ ଜବତ କରିଥିବା ସୂଚନା ମିଳିଛି । Advertisement
ବିଜୁ ଯୁବ ଜନତା ଦଳ ଦ୍ବାରା ବନ ମହୋତ୍ସବ ସପ୍ତାହରେ ବୃକ୍ଷ ରୋପଣ ଅନୁଗୁଳ – ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଆଜି ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ଦିନେଶ ପ୍ରଧାନଙ୍କ ନେତୃତ୍ତ୍ବରେ ଅନୁଗୁଳ ବ୍ଲକ ଅନ୍ତର୍ଗତ…
ଗୋରୁ ଚାଲାଣ ବେଳେ ପୋଲିସର ଚଢ଼ାଉ – ୧୦୦ ରୁ ଊର୍ଦ୍ଧ୍ଵ ଗୋରୁଗାଇ ଜବତ ଛେଣ୍ତିପଦା – ଅନୁଗୋଳ ଜିଲ୍ଲା ଛେଣ୍ତିପଦା ଥାନା ଅନ୍ତର୍ଗତ ଟାଙ୍ଗିରୀ ଗ୍ରାମ ଦେଇ ଗୋରୁ ଚାଲାଣ ବେଳେ ପୋଲିସ ଚଢ଼ାଉ କରି ୧୦୮ ଟି ଗୋରୁଙ୍କୁ ଉଦ୍ଧାର …
ବଜ୍ରାଘାତରେ ମହିଳା ମୃତ କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ଥାନା କସଂମୁଣ୍ତା ଗ୍ରାମରେ ବଜ୍ରାଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ହେଲେ ସେହି ଗ୍ରାମର…