ମୁଖ୍ୟ ଖବର କେନାଲରେ ଗାଧେଇବା ହେବା କାଳ – ପାଣିରେ ବୁଡି ଯୁବକ ମୃତ Angul OnlineAugust 8, 2021August 8, 2021 ଅନୁଗୁଳ -(AO)- ଅନୁଗୁଳ ଜିଲ୍ଲା ଡେରେଜାଙ୍ଗ ଡ୍ୟାମରୁ ବାହାରିଥିବା ଏକ କେନାଲରେ ଗାଧୋଇବା ବେଳେ ବୁଡ଼ିଯିବାରୁ ଆଜି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଉତ୍ତରପ୍ରଦେଶ ଗୋରଖପୁରର ୨୫ ବର୍ଷୀୟ ଅବିନାଶ ତ୍ରିପାଠୀ ବୋଲି ଜଣା ପଡିଛି । ସୂଚନା ଅନୁସାରେ ଅନୁଗୁଳ ସହର ହାଉସିଂ ବୋର୍ଡ ନିକଟରେ ରହୁଥିବା ଅବିନାଶ ଆଜି ଦିନ ବେଳା କେତେଜଣ ସାଙ୍ଗଙ୍କ ସହ ଡେରେଜାଙ୍ଗ ଡ୍ୟାମକୁ ବୁଲିବାକୁ ଆସିଥିଲେ । ଏଠାରେ ଥିବା କେନାଲରେ ସେ ଗାଧୋଉଥିବା ବେଳେ ଗଭୀର ପାଣିରେ ବୁଡ଼ି ଯାଇଥିଲେ । ସାଙ୍ଗମାନେ ଅବିନାଶଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ ମଧ୍ୟ ବିଫଳ ହୋଇଥିଲେ । ପରେ ଅନୁଗୁଳ ଅଗ୍ନିଶମ ବାହିନୀକୁ ଖବର ଦିଆ ଯାଇଥିଲା । ଖବର ପାଇ ଅନୁଗୁଳ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ପାଣି ଭିତରେ ଯୁବକକୁ ବହୁ ସମୟ ଖୋଜାଖୋଜି କରିଥିଲେ । ଅପରାହ୍ନ ପ୍ରାୟ ୪ଟା ବେଳେ କେନାଲ ଭିତରୁ ଅବିନାଶଙ୍କୁ ଉଦ୍ଧାର କରାଯାଇ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅନୁଗୁଳ ସଦର ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି । Advertisement
ରାଜପଥ ପାଇଁ ଆନ୍ଦୋଳନ କଲେ ଛାତ୍ରଛାତ୍ରୀ – ମରାମତି ଓ ନୋ ଏଣ୍ଟ୍ରିର ମିଳିଲା ପ୍ରତିଶ୍ରୁତି ଅନୁଗୁଳ – ସମୂହ ଭାବେ ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ଜନ ଗଣ ମନ ଅଧିନାୟକ , ଭାରତ ଭାଗ୍ୟ ବିଧାତା ଗାନ କଲେ । ସେହି…
ଅମଲାପଡାରୁ ୧୨ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ ଅନୁଗୁଳ – ପୂଜା ବଜାର ସରଗରମ ହେବା ପୂର୍ବରୁ ଅନୁଗୁଳ ଅବକାରୀ ବିଭାଗକୁ ଏକ ବଡ ସଫଳତା ମିଳିଛି । ଅନୁଗୁଳ ବଜାର ଭିତରୁ ୧୨୦ ଗ୍ରାମ…
ରେଙ୍ଗାଳି ଜଳଭଣ୍ଡାରକୁ ଡେଇଁ ପଡିଲେ – ବହୁ ଖୋଜାଖୋଜି ପରେ ମୃତଦେହ ଉଦ୍ଧାର କଣିହାଁ – ଅନୁଗୁଳ ଜିଲ୍ଲା ରେଙ୍ଗାଳି ଜଳ ଭଣ୍ଡାରକୁ ଡେଇଁ ଜଣେ ବ୍ୟକ୍ତି ନିଖୋଜ ଥିବା ଜଣା ପଡିଛି । ନିଖୋଜ ବ୍ୟକ୍ତି ଜଣକ ହେଲେ କଣିହାଁ…