ଆଞ୍ଚଳିକ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା – ଜଣେ ମୃତ Angul OnlineAugust 8, 2021August 8, 2021 ତାଳଚେର -(AO)- ଅନୁଗୁଳ ଜିଲ୍ଲା ତାଳଚେର-ବଅଁରପାଳ ଜାତୀୟ ରାଜପଥରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ୫୩ନମ୍ବର ଜାତୀୟ ରାଜପଥରେ ଆଜି ଅପରାହ୍ନରେ ମହମ୍ମଦ ମୁଦି ନାମକ ବ୍ୟକ୍ତି ତାଳଚେରରୁ ବଲହର ଅଭିମୁଖେ ମୋଟରସାଇକେଲ(ଓଡ଼ି୦୧ଏ ଏଲ୧୩୨୨)ରେ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ମହମ୍ମଦ ମୁଦିଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ତାଳଚେର ପୁଲିସ ଘଟଣା ସ୍ତାହଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରିବା ସହ ତଦନ୍ତ କରୁଛି । ମୃତ ମହମ୍ମଦ ମୁଦି ତାଳଚେର ପୌରାଞ୍ଚଳରେ ଭଡାରେ ରହି ବ୍ୟବସାୟ କରୁଥିବାର ସୂଚନା ମିଳିଛି । Advertisement
ଲଳିତ ମୋହନ ବେହେରା ଜିଲ୍ଲା ପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଯୋଗଦାନ ଅନୁଗୁଳ – ଅନୁଗୁଳ ଜିଲ୍ଲା ପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଳିତ ମୋହନ ବେହେରା ଆଜି କାର୍ଯ୍ୟରେ ଯୋଗ…
ଧୁମଧାମରେ ପାଳନ ହେଉଛି ମା ବାସନ୍ତୀ ପୂଜା ଅନୁଗୋଳ – ଅନୁଗୋଳ ଅମଲାପଡ଼ା ମା ବାସନ୍ତୀ ଦୁର୍ଗାପୂଜା ମଣ୍ଡପରେ ଆଜି ମହାସପ୍ତମୀ ପୂଜା ଅନୁଷ୍ଠିତ ହୋଇଯାଇଛି । ଗତକାଲି ଷଷ୍ଠୀ ପୂଜା ଆରମ୍ଭ ହୋଇଥିବା ବେଳେଆଜି…
ଜେଏସପିଏଲ – ଓଡିଶାର ସର୍ବାଧିକ ଜିଏସଟି ପ୍ରଦାନକାରୀ ସଂସ୍ଥା ଅନୁଗୁଳ – ଅନୁଗୁଳ ସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ) ଓଡିଶା ରାଜ୍ୟର ଘରୋଇ ଶିଳ୍ପ ସଂସ୍ଥା ମାନଙ୍କ ମଧ୍ୟରେ ସର୍ବାଧିକ ଜିଏସଟି ପ୍ରଦାନକାରୀ…