ମୁଖ୍ୟ ଖବର ଟ୍ରକ ଧକ୍କାରେ ଜଣେ ମୃତ ଜଣେ ଗୁରୁତର Angul OnlineAugust 13, 2021August 13, 2021 ଆଠମଲ୍ଲିକ -(AO) – ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଅନ୍ତର୍ଗତ କମରେଇ ନିକଟରେ ଟ୍ରକ ଧକାରେ ଜଣେ ମୋଟରସାଇକେଲ ଆରୋହିଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ଜଣା ପଡିଛି । ମୃତକ ଜଣକ ଉରୁକୁଲା ଗାଁର ମୁନା ସାହୁ ବୋଲି ଜଣା ପଡିଛି । ଗୁରୁତରଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତି କରା ଯାଇଛି । ସୂଚନା ଅନୁସାରେ ଦୁଇଜଣ ଏକ ମୋଟରସାଇକେଲରେ ଆସୁଥିବା ବେଳେ ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇ ପଳାଇଥିଲା । ସ୍ଥାନୀୟ ଲୋକେ ଏହା ଦେଖି ଆହତ ଜଣକୁ ଡାକ୍ତରଖାନା ପଠାଇବା ସହ ପୁଲିସକୁ ସୂଚନା ଦେଇଥିଲେ । ହଣ୍ଡପା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । Advertisement
ବାରହା ଫାଶରେ ପଡି ହାତୀ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲାର ସାତକୋଶିଆରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ପମ୍ପାସର ରେଞ୍ଜ ଜଗନ୍ନାଥପୁର ଅଞ୍ଚଳରେ ଏହି ଘଟଣା ଘଟିଥିବା ବେଳେ ବିଦ୍ୟୁତ…
ଆରଟିଓଙ୍କୁ ତିରିଶ ହଜାର ଟଙ୍କା ଜୋରିମନା ଅନୁଗୋଳ – ଗାଡି ଚାଳକ ତାଙ୍କ ଡ୍ରାଇଭିଙ୍ଗ ଲାଇସେନ୍ସକୁ ସ୍ମାର୍ଟକାର୍ଡରେ କରିବାକୁ ଯାଇଥିବା ବେଳେ ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ଏହାର ଅବଧି ସରି ଯାଇଥିବା କହିବା…
ପାଣିରେ ବୁଡି ଗ୍ରାମରକ୍ଷୀଙ୍କ ମୃତ୍ୟୁ ପାଲଲହଡ଼ା – ଅନୁଗୁଳ ଜିଲ୍ଲା ପାଲଲହଡ଼ା ଥାନା ଅନ୍ତର୍ଗତ ସିବିଡା ଗ୍ରାମର ଏକ ନାଳରେ ବୁଡି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ପାଲଲହଡ଼ା ଥାନାରେ…