ପୋଖରୀରୁ କମ୍ପାନୀ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

ପୋଖରୀରୁ କମ୍ପାନୀ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ବନ୍ଦା କୁସୁମନାଳି ପୋଖରୀରୁ ଆଜି(ବୁଧବାର) ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ ପୋଖରୀରେ ଶବ ଭାସୁ ଦେଖି ସ୍ଥାନୀୟ ଲୋକ ବଅଁରପାଳ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ପୋଖରୀରୁ ମୃତଦେହକୁ ଉଦ୍ଧାର କରିଥିଲା । ମୃତ ବ୍ୟକ୍ତି ଜଣଙ୍କ ପଶ୍ଚିମବଙ୍ଗର ପିଣ୍ଟୁ ରାଜବର ବୋଲି ଜଣା ପଡିଥିବା ବେଳେ ସେ ଟାଟା ଭୂଷଣରେ କାମ କରିବାକୁ ଗତ ୩ ଦିନ ତଳେ ଆସିଥିବା ସୂଚନା ମିଳିଛି । ତାଙ୍କ ମୃତ୍ୟୁର କାରଣ ଜଣା ପଡି ନଥିବା ବେଳେ ବଅଁରପାଳ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି ।

What’s your Reaction?
+1
0
+1
0
+1
0
+1
0
+1
3
+1
0
+1
5

Leave a Reply