ମୁଖ୍ୟ ଖବର ଟ୍ରଲର ପଛରେ ବାଡେଇ ହୋଇ ମୋଟରସାଇକେଲ ଆରୋହୀ ମୃତ Angul OnlineSeptember 9, 2021September 9, 2021 ଅନୁଗୁଳ – ଅନୁଗୁଳ ଜିଲା ଅନ୍ତର୍ଗତ ଅନୁଗୁଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଥାନା କତଡା ଠାରେ ଏକ ଟ୍ରଲର ପଛପଟରେ ଜଣେ ମୋଟରସାଇକେଲ ବାଡେଇ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଘଟଣା ସ୍ଥଳରେ ମଟରସାଇକେଲ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଜରପଡା ଥାନା ଜେରେଙ୍ଗଦେହୁରୀ ସାହିର ଟୁନା ନାଏକ । ସୂଚନା ଅନୁସାରେ ଜେରେଙ୍ଗ ଦେହୁରୀସାହିର ଟୁନା ନାଏକ ଏକ ମୋଟରସାଇକେଲରେ କତଡାରୁ ବଇଣ୍ଡା ଆଡକୁ ଯାଉଥିବାବେଳେ ୫୫ନଂ ଜାତୀୟ ରାଜପଥର କତଡା ଗାଁ ନିକଟସ୍ଥ ଏକ ଢାବା ସମ୍ମୁଖରେ ଟ୍ରଲର ପଛପଟରେ ବାଡେଇ ହୋଇ ତଳେ ପଡିଯାଇଥିଲେ । ମୁଣ୍ଡରେ ଗଭୀର ଆଘାତ ଲାଗିବା ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଜରପଡା ପୁଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଛେଦ ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ଟ୍ରଲରଟି ପଳାଇ ଯାଇଥିବାବେଳେ ପୁଲିସ ମଟରସାଇକେଲକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି । Advertisement
ଦୁଇ ମୋଟରସାଇକେଲ ଧକ୍କାରେ ଦୁଇ ମୃତ ଅନୁଗୁଳ – ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କ ମୃତ୍ଯୁ ହୋଇଛି । ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ କରତପଟା ଠାରେ…
ହାତୀ ଆକ୍ରମଣରେ ଜଣେ ମୃତ ଜଣେ ଗୁରୁତର ଅନୁଗୋଳ: – ଅନୁଗୋଳ ବନଖଣ୍ଡ ବନ୍ତଳା ବନାଞ୍ଚଳ ହମାମିରା ଗାଁ ନିକଟରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା…
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଛନ୍ଦ ଚରଣ ପ୍ରଧାନଙ୍କ ପରଲୋକ ତାଳଚେର – ଅନୁଗୁଳ ଜିଲ୍ଲାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଛନ୍ଦ ଚରଣ ପ୍ରଧାନଙ୍କର ୧୦୩ ବର୍ଷ ବୟସରେ ପରଲୋକ ହୋଇଯାଇଛି l ସେ ଗତ କିଛି ଦିନ…