ଟଙ୍କା ନ ଫେରାଇବାରୁ ସ୍ଵାମିକୁ ଟାଙ୍ଗିଆରେ ହାଣିଲା ସ୍ତ୍ରୀ

ଟଙ୍କା ନ ଫେରାଇବାରୁ ସ୍ଵାମିକୁ ଟାଙ୍ଗିଆରେ ହାଣିଲା ସ୍ତ୍ରୀ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଗୋଳାଗାଡିଆ ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି ମାତ୍ର ହଜାରେ ଟଙ୍କା ପାଇଁ ସ୍ଵାମୀକୁ ଟାଙ୍ଗିଆରେ ଆକ୍ରମଣ କରିଛି ସ୍ତ୍ରୀ ଆଉ ଗୁରୁତର ଅବସ୍ଥାରେ ସ୍ଵାମୀ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ସୂଚନା ଅନୁସାରେ ଗୋଳାଗାଡିଆର ଅରୁଣ ମିଶ୍ର ନାମକ ଜଣେ ବ୍ୟକ୍ତି ଘର ଖର୍ଚ୍ଚ ପାଇଁ ନିଜ ସ୍ତ୍ରୀ ଠାରୁ ୧ ହଜାର ଟଙ୍କା ନେଇଥିଲେ ତେବେ ଆଜି ସକାଳେ ସ୍ଵାମିକୁ ସେହି ଟଙ୍କା ଫେରାଇବାକୁ ସ୍ତ୍ରୀ ବାଧ୍ୟ କରିଥିଲେ । ଏହାକୁ ନେଇ ସ୍ଵାମୀ ସ୍ତ୍ରୀ ମଧ୍ୟରେ ସାମାନ୍ୟ କଳହ ହୋଇଥିଲା ତେବେ ଏହି କଳହ ବେଳେ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀ ଏକ ଟାଙ୍ଗିଆରେ ସ୍ବାମୀଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ ଟାଙ୍ଗିଆ ଚୋଟ ଅରୁଣଙ୍କ ଅଣ୍ଟାରେ ବାଜିବା ଫଳରେ ସେ ସେଠାରେ ପଡି ଯାଇଥିଲେ ପରିବାର ଅନ୍ୟ ଲୋକ ତାଙ୍କୁ ଉଦ୍ଧାର କରି ଛେଣ୍ଡିପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ସେପଟେ ଆକ୍ରମଣ କରିବା ପରେ ସ୍ତ୍ରୀ ଘରୁ କେଉଁଆଡେ ପଳାଇ ଯାଇଥିବା ଜଣା ପଡିଛି । ପୁଲିସ ଘଟଣାର ତଦନ୍ତ କରୁଛି ।

What’s your Reaction?
+1
6
+1
2
+1
2
+1
6
+1
10
+1
3
+1
3

Leave a Reply