ଯୁବ ଡାକ୍ତରଙ୍କ ଅକାଳ ବିୟୋଗ

ଯୁବ ଡାକ୍ତରଙ୍କ ଅକାଳ ବିୟୋଗ

ଅନୁଗୁଳ – ଅନୁଗୁଳ ଜିଲ୍ଲାରେ କାର୍ଯ୍ୟରତ ଜଣେ ଯୁବ ଡାକ୍ତରଙ୍କ ଅକାଳ ବିୟୋଗ ହୋଇଛି । ମୃତ ଡାକ୍ତର ଜଣଙ୍କ ହେଲେ ଅନୁଗୁଳ ଜିଲ୍ଲା ତଳମୂଳ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ପ୍ରଣୟ କୁମାର ପ୍ରଧାନ । ସେ ବ୍ରେନ ଟ୍ୟୁମର ରୋଗରେ ପୀଡିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ବ୍ରେନ୍ ଟ୍ୟୁମର ଅସ୍ତ୍ରୋପଚାର ପରେ ତାଙ୍କ ଅବସ୍ଥା ବିଗିଡିବାକୁ ଲାଗିଥିଲା । ଶେଷରେ ବୁଧବାର ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୪ ବର୍ଷ ହୋଇଥିଲା । ଜଣେ ଯୁବ ଡାକ୍ତର ଏବଂ ମେଳାପୀ ବ୍ୟକ୍ତି ଭାବେ ସେ ସ୍ଥାନୀୟ ଅଞ୍ଚଳରେ ବେଶ ପରିଚିତ ଥିଲେ । ତାଙ୍କ ପରଲୋକରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

What’s your Reaction?
+1
2
+1
0
+1
1
+1
0
+1
3
+1
0
+1
7

Leave a Reply