ପ୍ରାତଃ ଭ୍ରମଣ ବେଳେ ହାତୀ ଆକ୍ରମଣରେ ମୃତ୍ୟୁ

ପ୍ରାତଃ ଭ୍ରମଣ ବେଳେ ହାତୀ ଆକ୍ରମଣରେ ମୃତ୍ୟୁ


ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର , ଏକଘରିଆ ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ଏକଘରିଆ ଗାଁର ଯୋଗେଶ୍ୱର ଦେବତା । ସୂଚନା ଅନୁସାରେ ଯୋଗେଶ୍ୱର ସବୁଦିନ ଭଳି ଆଜି ସକାଳୁ ପ୍ରାତଃ ଭ୍ରମଣରେ ଯାଇଥିଲେ । ହେଲେ ଗାଁ ମୁଣ୍ଡରେ ମୃତ୍ୟୁ ଯେମିତି ଛକି ରହିଥିଲା । ଭୋର ପ୍ରାୟ 4 ଟା ବେଳେ ହଠାତ ତାଙ୍କୁ ଏକ ହାତୀ ଆକ୍ରମଣ କରିଥିଲା । ହାତୀ ତାଙ୍କୁ କଚାଡି ଦେବା ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ବନବିଭାଗ ଓ ପୁଲିସ ପହଂଚି ଘଟଣାର ତଦନ୍ତ କରୁଛନ୍ତି ।

What’s your Reaction?
+1
1
+1
1
+1
2
+1
2
+1
4
+1
2
+1
12

Leave a Reply