ମୁଖ୍ୟ ଖବର ଟ୍ରଲର ଧକ୍କାରେ ଦୁଇ ମୃତ Angul OnlineNovember 3, 2021November 3, 2021 ପାଲଲହଡା – ପରିବାର ଲୋକଙ୍କ ଗହଣରେ ଆସନ୍ତାକାଲି ପାଳିଥାନ୍ତେ ଆଲୋକର ପର୍ବ ଦୀପାବଳି । କିନ୍ତୁ ତା’ ପୂର୍ବରୁ ଘରକୁ ଅନ୍ଧାର କରି ଚାଲିଗଲେ ସେମାନେ । ଦୁର୍ଘଟଣା ନେଇଗଲା ସେମାନଙ୍କ ଜୀବନ । ଏହି ଦୁଃଖଦ ଘଟଣା ଅନୁଗୁଳ ଜିଲ୍ଲା ପାଲଲହଡ଼ା ଅଞ୍ଚଳରେ ଘଟିଛି । ମୃତକ ଦ୍ୱୟ ହେଲେ ଆକାଶ ବେହେରା (୨୧) ଓ ଜନ୍ମେଜୟ ପ୍ରଧାନ (୧୪) । ଆକାଶଙ୍କ ଘର ମାଙ୍କଡ଼ଚୁଆ ଗାଁରେ । ସେହିପରି ଜନ୍ମେଜୟ ହେଉଛନ୍ତି କମ୍ପରକିଳା ଗାଁର ବୋଲି ଜଣା ପଡିଛି । ଆଜି(ବୁଧବାର) ସନ୍ଧ୍ୟାରେ ପାଲଲହଡ଼ାରୁ ଆକାଶ ଓ ଜନ୍ମେଜୟ ଏକ ମୋଟରସାଇକେଲ ଯୋଗେ ସେମାନଙ୍କ ଘରକୁ ଫେରୁଥିଲେ । ତେବେ ପାଲଲହଡ଼ା ବାଇପାସ୍ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ମାଲ୍ ବୋଝେଇ ଟ୍ରଲର ସହିତ ସେମାନଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା । ଆକାଶ ଓ ଜନ୍ମେଜୟ ଗୁରତର ଅବସ୍ଥାରେ ରାସ୍ତା ଉପରେ ଛିଟିକି ପଡିଥିବା ବେଳେ ସେମାନଙ୍କୁ ଉଦ୍ଧାର କରି ପାଲଲହଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତର ସେମାନଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ଅନ୍ୟପକ୍ଷରେ ଦୁର୍ଘଟଣା ପରେ ଟ୍ରଲରଟି ସେଠାରୁ ଫେରାର ହୋଇଯାଇଥିବା ଜଣା ପଡିଛି । ପୁଲିସ ଘଟଣାର ତଦନ୍ତ କରୁଛି । Advertisement
ବେଆଇନ କୋଭିଡ ଟେଷ୍ଟ ଅଭିଯୋଗରେ ପାଥୋଲାବ ସିଲ – ମାଲିକ ଗିରଫ ତାଳଚେର – ବେଆଇନ କୋଭିଡ ଟେଷ୍ଟ୍ କରୁଥିବା ଏକ ଘରୋଇ ପାଥୋଲାବକୁ ସିଲ କରିଛି ସ୍ଥାନୀୟ ତାଳଚେର ପ୍ରଶାସନ । କିଛି ଦିନ ହେଲା କୋଭିଡ୍ ଟେଷ୍ଟି…
ରାଜପଥ ନା ମୃତ୍ୟୁ ପଥ ? ଗୋଟିଏ ଦିନରେ ନେଲା ୨ ଜୀବନ ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ଏବେ ମୃତ୍ୟୁର ପଥ ପାଲଟିଛି । ପ୍ରତ୍ୟେକ ଦିନ ଏହି ରାଜପଥର କେଉଁଠି ନା…
ଶିକାରୀ ହେଲା ଶିକାର – ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ଫାଶରେ ପଡି ଶିକାରୀର ମୃତ୍ୟୁ ଅନୁଗୁଳ – ଅନୁଗୁଳ ବ୍ଲକ ପୁରୁଣାକୋଟ ଥାନା ଅଞ୍ଚଳରେ ଆଜି ଜଣେ ଶିକାରୀ ନିଜେ ଶିକାର ହୋଇଥିବା ଜଣା ପଡିଛି । ଶିକାରୀ ଜଣଙ୍କ ବିଦ୍ୟୁତ ତାର…