ରାଜନୀତି ହଜାର ହଜାର ସମର୍ଥକଙ୍କ ସହ ପଦ୍ମ ଧରିଲେ ସଞ୍ଜୀବ Angul OnlineNovember 19, 2021November 19, 2021 ଭୁବନେଶ୍ୱର – ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ । ନିଜର ହଜାର ହଜାର ସମର୍ଥକଙ୍କ ସହ ସେ ବିଜେପିରେ ସାମିଲ ହୋଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏହି ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଉପସ୍ଥିତିରେ ଆଜି ସେ ବିଜେପିରେ ସାମିଲ ହୋଇଛନ୍ତି । ଗତ ବିଧାନସଭା ନିର୍ବାଚନରେ ବିଜେଡି ସଞ୍ଜୀବ ସାହୁଙ୍କୁ ପ୍ରାର୍ଥୀ କରି ନଥିଲା । ତାଛଡ଼ା ଲଗାତାର ଦଳରେ ଅଣଦେଖା କରାଯାଉଥିବାରୁ ସେ ଅସନ୍ତୁଷ୍ଟ ଥିଲେ । ସେ ବିଜେପିରେ ସାମିଲ ହେଉଥିବା ଚର୍ଚ୍ଚା ହେଉଥିଲା । କିଛି ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । ତେବେ ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ସେ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ଅନ୍ୟ ବିଜେପି ନେତାଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି । ବିଜେପି ପାର୍ଟି ହେଡକ୍ୱାର୍ଟରରେ ଆୟୋଜିତ ସଭାରେ ସଞ୍ଜୀବ ସାହୁ ତାଙ୍କର ପ୍ରାୟ ହଜାର ହଜାର ସମର୍ଥକଙ୍କ ସହ ବିଜେପିରେ ମିଶିଛନ୍ତି । ସଂଜୀବ ସାହୁ ଆଠମଲ୍ଲିକରୁ ୨୦୦୯ ଏବଂ ୨୦୧୪ ମସିହାରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୯ ମସିହାରେ ସେ ୧୮ହଜାର ୯୮୧ ଖଣ୍ଡ ଭୋଟ୍ରେ କଂଗ୍ରେସର ମୌସୁମୀ ପ୍ରଧାନଙ୍କୁ ପରାସ୍ତ କରିଥିଲେ । ୨୦୧୪ ମସିହାରେ କଂଗ୍ରେସର ସୁରେନ୍ଦ୍ର କୁମାର ପ୍ରଧାନଙ୍କୁ ୧୯ ହଜାର ୫୩୩ ଖଣ୍ଡ ଭୋଟ୍ରେ ପରାସ୍ତ କରିଥିଲେ । ତଥାପି ୨୦୧୯ ମସିହାରେ ବିଜେଡ଼ି ସଞ୍ଜୀବଙ୍କ ବଦଳରେ ରମେଶ ଚନ୍ଦ୍ର ସାଏଙ୍କୁ ଟିକେଟ୍ ଦେଇଥିଲା । ଏହା ପରଠୁ ସଞ୍ଜୀବ ବିଜେଡି ଉପରେ ଅସନ୍ତୁଷ୍ଟ ଥିଲେ । Advertisement
ବିଧାୟକଙ୍କ ଘରେ ଅଚିହ୍ନା ଯୁବତୀ, ରାତିସାରା ହଟହଟା ଅନୁଗୁଳ- ରାତି ଅଧରେ ରଙ୍ଗବତୀଙ୍କୁ ନେଇ ଜିଲ୍ଲାର ରାଜନୈତିକ ମହଲରେ ଆଲୋଚନା ପର୍ଯ୍ୟାଲୋଚନା ଜାରୀ ରହିଛି । ଅନୁଗୁଳ ଜିଲ୍ଲାର ଜଣେ ବିଧାୟକଙ୍କ କାର୍ନାମାକୁ ନେଇ ଚର୍ଚ୍ଚା…
ଜାଣନ୍ତୁ ମୋହନ ମାଝୀଙ୍କ ରାଜନୈତିକ ଯାତ୍ରା ଭୁବନେଶ୍ଵର-ଦୀର୍ଘ ୨୪ ବର୍ଷ ପରେ ଓଡିଶାକୁ ମିଳିଛି ନୂତନ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବିଜେଡିର ଗଡ ଭାଙ୍ଗି ନୂତନ ସରକାର ଗଠନ କରିବାକୁ ଯାଉଥିବା ବିଜେପି ମୋହନ…
ବିଜେଡି ର ମିଶ୍ରଣ ପର୍ବ ଓ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଛେଣ୍ଡିପଦା -(AO)- ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବଅଁରପାଳ ବ୍ଲକର ବଡହିଁସର ପଞ୍ଚାୟତର ମା ଖୁମ୍ବେଶ୍ବରୀ ପିଠଠାରେ ବିଜୁ ଜନତା ଦଳ ତରଫରୁ ମିଶ୍ରଣ…