ମୁଖ୍ୟ ଖବର ଛିଡା ହୋଇଥିବା ଟ୍ରକକୁ ପିଟିଲା ଆମ୍ବୁଲାନ୍ସ – ଜଣେ ମୃତ Angul OnlineNovember 28, 2021November 28, 2021 ପାଲଲହଡା – କୁହୁଡି ହେଲା କାଳ । ଛିଡା ହୋଇଥିବା ଟ୍ରକକୁ ପଛପଟୁ ଧକ୍କା ଦେଲା ଆମ୍ବୁଲାନ୍ସ । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ପାଲଲହଡା ଥାନା ୪୯ ନମ୍ବର ଜାତୀୟ ରାଜପଥ ମୁକ୍ତାପୁର ଛକ ନିକଟରେ ଛିଡା ହୋଇଥିବା ଏକ ଟ୍ରକ ପଛରେ ଗୋଟିଏ ଆମ୍ବୁଲାନ୍ସ ଧକ୍କା ଦେବାରୁ ଆମ୍ବୁଲାନ୍ସରେ ବସି ଯାଉଥିବା ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିଲା । ମୃତକ ଜଣକ ମହାରାଷ୍ଟ୍ର ର ଵିଶାଲ ଅହିରେ ବୋଲି ପୁଲିସ ସୂଚନା ଦେଇଛି । ମହାରାଷ୍ଟ୍ରର ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନର ଏହି ଆମ୍ବୁଲାନ୍ସଟି କଲିକତା ଯାଇ ମହାରାଷ୍ଟ୍ର ଫେରୁଥିବା ବେଳେ ଗତ କାଲି ବିଳମ୍ବିତ ରାତିରେ ପାଲଲହଡା ମୁକ୍ତାପୁର ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । କୌଣସି କାମରେ ମହାରାଷ୍ଟ୍ର ଅଞ୍ଚଳରୁ କଲିକତା ଯାଇଥିବା ତିନି ଜଣ ସେହି ଆମ୍ବୁଲାନ୍ସରେ ଡ୍ରାଇଭର ସହ ବସି ଫେରୁଥିଲେ । ରାତିରେ କୁହୁଡି ଯୋଗୁଁ ମୁକ୍ତାପୁର ନିକଟରେ ଛିଡା ହୋଇଥିବା ଟ୍ରକକୁ ଆମ୍ବୁଲାନ୍ସ ଡ୍ରାଇଭର ସ୍ପଷ୍ଟ ଭାବରେ ଦେଖି ନ ପାରିବାରୁ ଏହି ଦୁର୍ଘଟଣା ଘଟିଥିବା କୁହା ଯାଉଛି । ଆହତଙ୍କୁ ଅନୁଗୁଳ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ପାଲଲହଡା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।କ ହୋଇଥିଲା । Advertisement
ଅନୁଗୁଳ ପୌରପାଳିକା ସ୍ବଚ୍ଛ ବାୟୁ ସର୍ବେକ୍ଷଣ ପାଇଁ ପୁରସ୍କୃତ ଅନୁଗୁଳ – କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ କରାଯାଇଥିବା ସ୍ବଚ୍ଛ ବାୟୁ ସର୍ବେକ୍ଷଣରେ ଅନୁଗୁଳ ପୌରପାଳିକା ଦେଶରେ ତୃତୀୟ ସ୍ଥାନ ଅଧିକାର କରିଛି ।ଏଥିପାଇଁ…
ଜି.ଏମ.ଡି.ସି.କୁ ନା – ଗାଁରେ ପ୍ରବେଶ ନିଷେଧ କଲେଣି ଲୋକେ ଅନୁଗୁଳ – ଘରେ ନ ପଶୁଣୁ ଚାଳ ବାଜିଲାଣି। କମ୍ପାନୀ ଆରମ୍ଭ ହେବା ତ ଦୂରର କଥା ପରିବେଶ ସଂକ୍ରାନ୍ତୀୟ ଜନ ଶୁଣାଣି ହେବା ପୂର୍ବରୁ ସବୁଠି…
ଡାକ୍ତର ଧୀରେନ ପ୍ରଧାନଙ୍କ ପରଲୋକ ଅନୁଗୋଳ – ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଡାକ୍ତର ଧୀରେନ କୁମାର ପ୍ରଧାନଙ୍କ ବିଳମ୍ବିତ ରାତିରେ ପରଲୋକ ହୋଇଛି । ସେ ଗତ କିଛି ଦିନ…