ମୁଖ୍ୟ ଖବର ବଡ଼ଦିନ ଓ ନୂଆବର୍ଷ ପୂର୍ବରୁ ନୂଆଁ ଗାଇଡ଼ଲାଇନ୍ Angul OnlineDecember 24, 2021December 24, 2021 ଅନୁଗୁଳ – ବଡ଼ଦିନ ଓ ନୂଆବର୍ଷ ପାଳନ ଉପରେ ଜିଲ୍ଲା ପ୍ରଶାସନ କଟକଣା ଜାରି କରିଛି । କୋଭିଡର ନୂଆଁ ଭାରିଏଣ୍ଟ ଓମିକ୍ରନକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍ କମିଶନର ନୂଆ କଟକଣା ପରେ ଅନୁଗୁଳ ଜିଲ୍ଲା ପ୍ରଶାସନ ଏହି କଟକଣା ଜାରି କରିଛନ୍ତି । ଏହି ନୂଆଁ କଟକଣା ଅନୁସାରେ ଡିସେମ୍ବର ୨୫ ରୁ ଜାନୁଆରୀ ୨ ତାରିଖ ଯାଏ ଜନସମାବେଶ , ରାଲି , ସାଂସ୍କୃତିକ କାର୍ଯ୍ୟକ୍ରମ ବାରଣ କରାଯାଇଛି । ଖ୍ରୀଷ୍ଟମାସ ଉତ୍ସବ ପାଳନରେ ଚର୍ଚ୍ଚରେ କୋଭିଡ୍ କଟକଣା ମଧ୍ୟରେ ସର୍ବାଧିକ ୫୦ ଜଣ ସାମିଲ୍ ହୋଇପାରିବେ । ଜନଗହଳି ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି । ଜିରୋ ନାଇଟ୍ ସେଲିବ୍ରେସନ୍, ହୋଟେଲରେ ନୂଆ ବର୍ଷ ପାଳନ ହୋଇପାରିବ ନାହିଁ । କ୍ଲବ, ରେଷ୍ଟୁରାଣ୍ଟ, ପାର୍କ୍ସ, କନଭେନସନ୍ ହଲ, କଲ୍ୟାଣ ମଣ୍ଡପରେ ମଧ୍ୟ ଜିରୋ ନାଇଟ୍ ପାଳନ ଉପରେ ରୋକ୍ ଲଗାଯାଇଛି । ସେହିପରି ବିବାହ ଉତ୍ସବ ବ୍ୟତୀତ ଅନ୍ୟ କେଉଁଥିରେ ଭୋଜି ଭାତ ଉତ୍ସବ ହେବ ନାହିଁ । କୋଭିଡ୍ କଟକଣା ମଧ୍ୟରେ ଅନ୍ତ୍ୟେଷ୍ଟି କ୍ରିୟା ପାଳନ ହେବ । ସର୍ବସାଧାରଣରେ କୌଣସି ଭୋଜିଭାତ, ବଣଭୋଜି ହୋଇପାରିବ ନାହିଁ । କଟକଣା ଉଲ୍ଲଂଘନ କଲେ ସ୍ଥାନୀୟ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବ । Advertisement
୧୦ଟି ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ ଅନୁଗୁଳ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଜନ୍ମାଷ୍ଟମୀର ପବିତ୍ର ଅବସରରେ ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ବନମାଳିପୁର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର…
ଅନୁଗୁଳ ଜିଲ୍ଲାରେ ପେଟ୍ରୋଲର ଶତକ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ପ୍ରଥମ ଥର ପେଟ୍ରୋଲ ଦାମ ତିନି ଅଙ୍କ ସ୍ପର୍ଶ କରିଛି । ଆକାଶ ଛୁଆଁ ତୈଳଦର ବୃଦ୍ଧିକୁ ନେଇ ସାଧାରଣ ଜନତା…
ମୋଟରସାଇକେଲ ସାଇଲେସନ୍ସର ବଦଳାଇ ଗଣିଲେ ତଣ୍ଡ ପୂଜା ପୂର୍ବରୁ ଆକ୍ସନ ମୁଡରେ ଅନୁଗୁଳ ପୁଲିସ । ଜିଲ୍ଲାର ବିଭିନ୍ନ ସହରରେ ଫ୍ଲାଗ ମାର୍ଚ୍ଚ । ବେଆଇନ ବାଣ କାରଖାନା ଉପରେ ଚଢ଼ାଉ । ଅନୁଗୁଳ…