ଅନୁଗୁଳ ପୁଲିସର ସୁକେଶ ପାଇବେ ରାଜ୍ୟପାଳ ପଦକ

ଅନୁଗୁଳ ପୁଲିସର ସୁକେଶ ପାଇବେ ରାଜ୍ୟପାଳ ପଦକ

ଭୁବନେଶ୍ୱର – ସାଧାରଣତନ୍ତ୍ର ଦିବସ ଅବସରରେ ଉଲ୍ଲେଖନୀୟ ସେବା ନେଇ ରାଜ୍ୟ ପୁଲିସ କର୍ମଚାରୀଙ୍କୁ ପ୍ରଦାନ କରାଯିବ ରାଜ୍ୟପାଳ ପଦକ । ବର୍ଷ ୨୦୨୧ ପାଇଁ  ୪ ଜଣ ଆଇପିଏସ୍ ଅଧିକାରୀଙ୍କ ସମେତ ମୋଟ ୧୯ ଜଣ ଆଓ୍ୱାର୍ଡ ପାଇବେ । ପୁଲିସ ଆଇଜି ଏସ. ପ୍ରବୀଣ କୁମାର, ଅସିତ ପାଣିଗ୍ରାହୀ, ଭଦ୍ରକ ଏସପି ଚରଣ ସିଂ ମୀନା, ବ୍ରହ୍ମପୁର ଏସପି ପିନାକ ମିଶ୍ର ଏହି ପଦକ ପାଇବେ । ଏ ନେଇ ଗୃହ ବିଭାଗରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅନ୍ୟମାନେ ହେଲେ ସମ୍ୱଲପୁର ଅତିରିକ୍ତ ଏସ୍‌ପି ତପନ କୁମାର ମହାନ୍ତି ,  ଓଏପିଏସ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ମାଧବାନନ୍ଦ ପ୍ରଧାନ , ରାଜ୍ୟ ଗୁଇନ୍ଦା ବିଭାଗ ଇନ୍ସପେକ୍ଟର ଏ.ଶ୍ରୀନିବାସ ଦୋରା , ସିଆଇଡି ଇନ୍ସପେକ୍ଟର ରତ୍ନାପ୍ରଭା ଶତପଥୀ,  ବ୍ରହ୍ମପୁର ଇନ୍ସପେକ୍ଟର ସୁରେଶ କୁମାର ତ୍ରିପାଠୀ, ସିଆଇଡି ସବ୍‌ ଇନ୍ସପେକ୍ଟର ପ୍ରଦ୍ୟୁମ୍ନ କୁମାର ନନ୍ଦ,  କୋରାପୁଟ ସବ୍‌ ଇନ୍ସପେକ୍ଟର ସୁଦର୍ଶନ ଅଧିକାରୀ, ଡେପୁଟୀ ସୁବେଦାର ଓଏସ୍‌ଏପି ସେକେଣ୍ଡ ବାଟାଲିୟନ୍ , କୋରାପୁଟ ପୋଲିସ ଏଏସ୍‌ଆଇ ସୀମାଞ୍ଚଳ ବେହେରା,  ଭିଜିଲାନ୍ସ ଏଏସ୍‌ଆଇ ପ୍ରଣବ କୁମାର ନାୟକ, ଟିଟିଆଇ ଭୁବନେଶ୍ୱର ହାବିଲଦାର ଅଶୋକ କୁମାର ସାମନ୍ତରାୟ ,  କନେଷ୍ଟବଳ କିରଣ ଚନ୍ଦ୍ର ପାତ୍ର, କନେଷ୍ଟବଳ ଗୌତମ ପାତ୍ର , ଅନୁଗୁଳ କନେଷ୍ଟବଳ ସୁକେଶ ପ୍ରଧାନ, ଗୁଇନ୍ଦା କନେଷ୍ଟବଳ ସୁଶାନ୍ତ କୁମାର ରାଉତରାୟ, ଭିଜିଲାନ୍ସ କନେଷ୍ଟବଳ ରଶ୍ମୀରେଖା ପଣ୍ଡା ସମ୍ମାନଜନକ ରାଜ୍ୟପାଳ ପୁରସ୍କାର ପାଇବେ ।

What’s your Reaction?
+1
0
+1
0
+1
0
+1
2
+1
13
+1
1
+1
0

Leave a Reply