ଅପରାଧ ଦୁଷ୍କର୍ମ ଓ ସାମାଜିକ ଗଣମାଧ୍ୟମରେ ନଗ୍ନ ଫଟୋ ଛାଡିବା ଅଭିଯୋଗରେ ଯୁବକ ଗିରଫ Angul OnlineFebruary 23, 2022February 23, 2022 ଅନୁଗୁଳ – ଜୋରଜବରଦସ୍ତ ଯୁବତୀଙ୍କ ପ୍ରେମ ସମ୍ପର୍କ ପରେ ଶାରୀରିକ ସମ୍ପର୍କ ଏବଂ ପରେ ସାମାଜିକ ଗଣମାଧ୍ୟମରେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଛାଡିବା ଅଭିଯୋଗରେ ଅନୁଗୁଳ ଟାଉନ ପୁଲିସ ଛେଣ୍ଡିପଦା ଥାନା ଅନ୍ତର୍ଗତ କୋଶଳା ଗାଁର ଜଣେ ଯୁବକଙ୍କୁ ବୁଧବାର ଗିରଫକରି କୋର୍ଟ ଚାଲାଣ କରିଛି । ସୂଚନା ଅନୁସାରେ ଛେଣ୍ଡିପଦା ଥାନା ଅନ୍ତର୍ଗତ କୋଶଳା ଗାଁର ପ୍ରଭାତ ରଞ୍ଜନ ସାହୁ ନାମକ ଜଣେ ଯୁବକ ଅନୁଗୁଳ ଭେଟେନାରୀ କଲୋନୀରେ ରହୁଥିଲେ । ତେବେ ସେ ଅନୁଗୁଳ ସହହର ଅନ୍ୟ ଏକ ସ୍ଥାନରେ ରହୁଥିବା ତାଙ୍କର ଜଣେ ସମ୍ପର୍କିୟଙ୍କ ଘରକୁ ନିୟମିତ ଯିବା ଆସିବା କରୁଥିଲେ । ଏହି ଯିବା ଆସିବା ସମୟରେ ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା । ଆଉ ସେହି ପ୍ରେମ ପରେ ରଞ୍ଜନ ଯୁବତୀଙ୍କ ସହ ଜୋରଜବରଦସ୍ତ ଶାରୀରିକ ସମ୍ପର୍କ ରଖିଥିଲେ । ଯୁବତୀଙ୍କ ଘରେ କେହି ନଥିବାର ସୁଯୋଗ ନେଇ ପ୍ରଭାତ ବାରମ୍ବାର ଯୁବତୀଙ୍କୁ ଦୁଷ୍କର୍ମ କରୁଥିଲେ । ଆଉ କୌଶଳରେ ସେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଉତ୍ତୋଳନ କରି ସାମାଜିକ ଗଣମାଧ୍ୟମରେ ଛାଡି ଦେବାର ଧମକ ଦେଉଥିଲେ । ତେବେ ଯୁବତୀ ଜଣଙ୍କର ଅନ୍ୟ ସ୍ଥାନରେ ବିବାହ ଠିକ ହୋଇଥିଲା । ଏଥିପାଇଁ ଯୁବକ ଜଣକ ଯୁବତୀଙ୍କ ଅଶ୍ଳୀଳ ଫଟୋ ସାମାଜିକ ଗଣାମଧ୍ୟମରେ ଛାଡି ଦେଇଥିଲେ । ଏହାପରେ ଯୁବତୀ ଜଣଙ୍କ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ଅନୁଗୁଳ ପୁଲିସ ଏକ ମାମଲା ରୁଜୁ କରିବା ସହ ବୁଧବାର ପ୍ରଭାତଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି । Advertisement
ନାବାଳିକା ଦୁଷ୍କର୍ମକାରୀକୁ କାରାଦଣ୍ଡାଦେଶ ଅନୁଗୁଳ – ଅନୁଗୁଳ ଜିଲ୍ଲା ପାଲଲହଡ଼ା ଅଞ୍ଚଳରେ ଗତ ୧୨/୦୪/୨୦୧୮ମସିହାରେ ଜନୈକା ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ମାନ୍ୟବର ଆଡିସିନାଲ ଜିଲା ଏବଂ ସେସନ ଜଜ କମ ସ୍ପେସିଆଲ…
ନାବାଳିକା ଅପହରଣ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ ଅନୁଗୁଳ – ସ୍କୁଲରୁ ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜୋରିମନାରେ ଦଣ୍ଡିତ କରିଛନ୍ତି ଅନୁଗୁଳ…
ଚାକିରି ନାଁରେ ଠକେଇ ମାମଲା – ମାଷ୍ଟରମାଇଣ୍ଡ ବାପ ସହ ପୁଅ ଗିରଫ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରେ ଚାକିରି ଦେବା ନାଁରେ ୫ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗରେ ପୁଲିସ ଚାଇଁପାଳ ଗାଁର ପରମାନନ୍ଦ ବେହେରା…