ରାଜନୀତି କାଉନସିଲର ପଦବୀ ପାଇଁ ବାପା – ପୁଅ ଲଢେଇ Angul OnlineMarch 9, 2022March 10, 2022 ଅନୁଗୁଳ – ଚଳିତ ପୌର ନିର୍ବାଚନରେ ଅନୁଗୁଳ ପୌରପାଳିକା ରାଜନୀତି ଜଟିଳ ହୋଇ ପଡିଛି । ଦଳ ଡିଆଁ ସାଙ୍ଗଙ୍କୁ କିଏ କେଉଁ ୱାର୍ଡରୁ ଲଢିବ , କିଏ ପୌରାଧ୍ୟକ୍ଷ ଟିକେଟ ହାତେଇବ , ଏଥିପାଇଁ ବହୁ ବାଦବିବାଦ ଲାଗି ରହିଥିଲା । ତେବେ ନାମାଙ୍କନ ପତ୍ର ଦାଖଲ ପରେ ଆଉ ଏକ ଜଟିଳ ପରିସ୍ଥିତି ସାମନାକୁ ଆସିଛି । ଅନୁଗୁଳ ପୌରପାଳିକାର ୫ ନମ୍ବର ୱାର୍ଡରେ କାଉନସିଲର ପାଇଁ ବାପା, ପୁଅ ନିର୍ବାଚନ ମଇଦାନକୁ ଓଲ୍ହାଇଛନ୍ତି । ବାପା ବିରୁଦ୍ଧରେ ପୁଅ ଛିଡା ହୋଇଛି । ରାଜନୀତିର ଏଭଳି ନିଆରା ଦୃଶ୍ୟ ଦେଖିବାକୁ ମିଳିଥିବା ବେଳେ ସହରରେ ଏହା ଏକ ଚର୍ଚ୍ଚାର ବିଷୟ ପାଲଟିଛି । ସୂଚନା ଅନୁସାରେ ୫ ନମ୍ବର ୱାର୍ଡ କାଉନସିଲର ପାଇଁ ବାପା ଭୀମସେନ ମାଣ୍ଡୋଠିଆ ବିଜେପି ଟିକେଟରୁ ନିର୍ବାଚନ ଲଢୁଥିବା ବେଳେ ପୁଅ ରଣଜିତ୍ ମାଣ୍ଡୋଠିଆ ବିଜେଡି ଟିକେଟରୁ ମଇଦାନକୁ ଓହ୍ଳାଇଛନ୍ତି । ନିଜ ଉପରେ ବିଶ୍ୱାସ ରଖିବା ସହ ନିର୍ବଚାନରେ ଉଭୟ ବାପା, ପୁଅ ନିଶ୍ଚିତ ବିଜୟ ଲାଭ କରିବେ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି । ଭୀମସେନ ପୂର୍ବରୁ କାଉନସିଲର ଭାବେ ନିର୍ବାଚିତ ହୋଇଥିବା ବେଳେ ଏଥର ଉଭୟ ବାପା ଏବଂ ପୁଅ ବିଜେଡି ଟିକେଟ୍ ପାଇଁ ଲବି କରୁଥିଲେ । ଶେଷ ମୂହୁର୍ତ୍ତରେ ଦଳ ପୁଅ ରଣଜିତଙ୍କୁ ଟିକେଟ ଦେବାକୁ ସ୍ଥିର କରିବାରୁ ଭୀମସେନ ବିଜେପିରେ ଯୋଗଦେଇଥିଲେ । ଏବେ ବାପା, ପୁଅଙ୍କ ନେଇ ବିଭିନ୍ନ ଚର୍ଚ୍ଚା ହେଉଥିବା ବେଳେ ବାପାଙ୍କ ବିରୋଧରେ ଅପପ୍ରଚାର ନ କରି ନିର୍ବାଚନ ମଇଦାନରେ ପରାସ୍ତ କରିବାକୁ ରଣଜିତ୍ ଲକ୍ଷ ରଖିଛନ୍ତି । Advertisement
ସହରବାସୀଙ୍କୁ କ୍ଷମା ନ ମାଗିଲେ କାଳିମାଡ – ନଗର କଂଗ୍ରେସ ଅନୁଗୁଳ – ଅନୁଗୁଳ ପୌର ପାଳିକାର ନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟକଳାପକୁ ନେଇ ଅନୁଗୁଳ ନଗର କଂଗ୍ରେସ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀରେ ନିନ୍ଦା କରା ଯାଇଛି ।…
ଆସନ୍ତାକାଲି ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ – ଦଶନ୍ଧି ପରେ ଜିଲ୍ଲାକୁ ମିଳିବ ଗୁରୁତ୍ୱ !! ଅନୁଗୋଳ – ଆସନ୍ତାକାଲି ରାଜ୍ୟ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ହେବ । ଲୋକସେବା ଭବନର କନଭେନସନ ସେଣ୍ଟରରେ ପୂର୍ବାହ୍ମରେ ଶପଥ ଉତ୍ସବ ଅନୁଷ୍ଠିତ ହେବ । ନୂଆ ମନ୍ତ୍ରୀଙ୍କୁ…
ଟିକାକୁ ନେଇ ରାଜନୀତି , ଟିକାକରଣ କେନ୍ଦ୍ରରେ ପୋଷ୍ଟର ଚିରିଲେ ବିଜେପି କର୍ମୀ – ଥାନାରେ ଅଭିଯୋଗ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ କ୍ୟାମ୍ପେନ ମୋଡ଼ରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ହେଉଛି ଟିକାକରଣ ।…