ମୁଖ୍ୟ ଖବର ଦୁର୍ଘଟଣାରେ ସାମ୍ବାଦିକ ମୃତ Angul OnlineMarch 13, 2022March 13, 2022 ତାଳଚେର – ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ୫୩ ନମ୍ବର ଜାତୀୟ ରାଜପଥର ବଜ୍ରକୋଟ ଗ୍ରାମରେ ଏକ କାର ଧକ୍କାରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି । ଏହ ସହ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକ ଦୁର୍ଘଟଣା ଘଟାଇ ଥିବା କାରଟିକୁ ଜାଲି ଦେଇଛନ୍ତି । ସୂଚନା ଅନୁସାରେ କଣିହାଁରୁ ବଜ୍ରକୋଟ ଆଡକୁ ଯାଉଥିବା ଏକ ଦ୍ରୁତଗାମୀ କାର ରାସ୍ତା କଡରେ ଛିଡା ହୋଇଥିବା ଦୁଇଜଣ ଯୁବକଙ୍କୁ ଧକ୍କା ଦେଇଥିଲା । ଗୁରୁତର ଅବସ୍ଥାରେ ଦୁଇଜଣଙ୍କୁ ଡାକ୍ତରଖାନା ନିଆଯାଇଥିବା ବେଳେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ସାମ୍ବାଦିକ ସୁଶାନ୍ତ ଧଳଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ ଗୁରୁତର ଶରତ ଜେନା ଏବେ ଚିକିତ୍ସାଧୀନ ଅଛନ୍ତି । ତେବେ ଦୁର୍ଘଟଣାସ୍ଥଳରେ କାରକୁ ଛାଡି ଚାଳକ ଫେରାର ହୋଇଯାଇଥିବା ବେଳେ ଉତ୍ତ୍ୟକ୍ତ ସ୍ଥାନୀୟ ଲୋକେ କାରଟିକୁ ଜାଳି ଦେବା ସହ ପ୍ରତିବାଦରେ ରାସ୍ତାରୋକ କରିଥିଲେ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ଅଧିକ ତଦନ୍ତ କରୁଛି । କାରତି ଜଣେ ପୂର୍ବତନ ସରପଞ୍ଚଙ୍କର ବୋଲି ଜଣା ପଡିଛି । Advertisement
କେନାଲରେ ଭାସିଗଲେ ବୋଲବମ ଭକ୍ତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳର ଜଣେ ବୋଲବମ ଭକ୍ତ ପାଣି ଉଠାଇବାକୁ ଯାଇଥିବା ବେଳେ ପାଣିରେ ଭାସି ଯାଇ ନିଖୋଜ ଅଛନ୍ତି । ଯୁବକ…
ଟ୍ରାଫିକ୍ ନିୟମ ଉଲଂଘନକାରୀଙ୍କ ଠାରୁ ଜୋରିମାନା ଆଦାୟ ଅନୁଗୁଳ – ଟ୍ରାଫିକ୍ ନିୟମ ଉଲଂଘନକାରୀଙ୍କ ଉପରେ କଠୋର ହୋଇଛି ଅନୁଗୁଳ ପୁଲିସ । ୧୦୦ ରୁ ଅଧିକ ବ୍ୟକ୍ତିଙ୍କ ଠାରୁ ବିଗତ ଦୁଇ ଦିନ ମଧ୍ୟରେ…
୨୪ରେ ପୌର ନିର୍ବାଚନ , ମାର୍ଚ୍ଚ ୨ରୁ ନାମାଙ୍କନ ଭୁବନେଶ୍ୱର – ପୌର ନିର୍ବାଚନ ପାଇଁ ତାରିଖ ଘୋଷଣା ହେଲା । ରାଜ୍ୟର ତିନି ମହାନଗର ନିଗମ ସହ ୧୦୬ଟି ପୌରାଞ୍ଚଳରେ ନିର୍ବାଚନ ଅନୁଷ୍ଠିତ ହେବ ।…