ମୁଖ୍ୟ ଖବର ଜଳିଗଲା ଚଳନ୍ତା ବସ Angul OnlineMay 10, 2022May 10, 2022 ଅନୁଗୁଳ – ହୁତୁହୁତୁ ହୋଇ ଜଳିଗଲା ବସ । ସୌଭାଗ୍ୟ ବଶତଃ ଏଥିରେ ଯାତ୍ରୀ କେହି ନଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର ଓ ଖଳାସୀ । ଏଭଳି ଘଟଣା ଆଜି ତାଳଚେର ମଳିବନ୍ଧ ଗାଁ ନିକଟରେ ଦେଖିବାକୁ ମିଳିଛି । ସୂଚନା ଅନୁସାରେ କୁସୁମପାଳ ଗ୍ରାମରୁ ଏକ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିବା ସମୟରେ ହଠାତ୍ ମଳିବନ୍ଧ ନିକଟରେ ଏକ ମିନି ଟ୍ରାଭେଲର ବସରେ କୌଣସି କାରଣ ବଶତଃ ନିଆଁ ଲାଗି ଯାଇଥିଲା । ସ୍ଥାନୀୟ ଲୋକ ତୁରନ୍ତ ଏମସିଏଲ ଅଗ୍ନିଶମ ବିଭାଗକୁ ଯୋଗାଯୋଗ କରିଥିଲେ । ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । Advertisement
ପଇଡ ପଡି ଶିଶୁ କନ୍ୟା ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ହେମାମୁରା ଗାଁରେ ଅଘଟଣ । ମୁଣ୍ଡରେ ପଇଡ ପଡି ୭ ମାସର ଶିଶୁକନ୍ୟା ମୃତ । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା…
ଦଶ ବର୍ଷ ପରେ ଘରକୁ ଫେରିଲେ ନିଖୋଜ ଯୁବକ ଛେଣ୍ଡିପଦା – ୨୦୧୩ ମସିହାରୁ ନିଖୋଜ ହୋଇଗଲେ ଆଉ ୨୦୨୩ରେ ଘରକୁ ଫେରିଲେ । ୧୦ ବର୍ଷ ପୁର୍ବେ ଅନୁଗୋଳ ଜିଲ୍ଲା ଛେଣ୍ତିପଦାର ନିଖୋଜ ଯୁବକଙ୍କୁ ଉତ୍ତରପ୍ରଦେଶରୁ…
ବବିତା ପ୍ରଧାନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅନୁଗୁଳ – ଅନୁଗୁଳ ଜିଲ୍ଲାର ନୂତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ହୋଇଛନ୍ତି ବବିତା ପ୍ରଧାନ । ସେ ପୂର୍ବରୁ କିଶୋରନଗର ବ୍ଲକ ଅଧ୍ୟକ୍ଷ ଥିଲେ । ଚଳିତ…