ଟଙ୍କା ପାଇଁ ମା’କୁ ହତ୍ୟାକଲା ପୁଅ !!

ଟଙ୍କା ପାଇଁ ମା’କୁ ହତ୍ୟାକଲା ପୁଅ !!

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର  କୋଲିୟାରୀ ଥାନା ଘଣ୍ଟପଡା ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସାମାନ୍ୟ କିଛି ଟଙ୍କା ପାଇଁ ମାଆକୁ ପୁଅ ହତ୍ୟା କରିଥିବା  ସନ୍ଦେହ କରାଯାଉଛି । ମୃତକ ହେଲେ ଘଣ୍ଟପଡା ଗ୍ରାମର  ଜୁଳେଇ ବିଶ୍ୱାଳ । ସୂଚନା ଅନୁସାରେ ମୃତକ ଜୁଳେଇ ବିଶ୍ୱାଳ ଘରେ ଟିଭି ଦେଖୁଥିବା ସମୟରେ କେହି ଦୁର୍ବୃତ୍ତ କୌଣସି ଧାରୁଆ ଅସ୍ତ୍ରରେ ତାଙ୍କ ବେକକୁ କାଟି ଦେଇଥିଲା ।  ରକ୍ତ ଜୁଡୁବୁଡୁ ଅବସ୍ଥାରେ ସେ ବାହାରକୁ ଆସି ପାଟି କରିବାରୁ ଗ୍ରାମବାସୀ  ତାଙ୍କୁ ଉଦ୍ଧାର କରି  ସ୍ଥାନୀୟ ନେହେରୁ ଶତାବ୍ଦୀ ଚିକିତ୍ସାଳୟକୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ଘଟଣା ସ୍ଥଳରେ କୋଲିୟାରୀ ପୋଲିସ ପହଞ୍ଚି  ଶବକୁ ଜବତ କରିବା ସହ ମାଆକୁ ହତ୍ୟା କରିବା ସନ୍ଦେହରେ ଅଭିଯୁକ୍ତ ପୁଅ ମନୋଜ ବିଶ୍ୱାଳକୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି । ତେବେ ମାକୁ ଟଙ୍କା ମାଗିବା ପରେ ମା ଟଙ୍କା ନ ଦେବାରୁ ଉତ୍ତ୍ୟକ୍ତ ହୋଇ ସେ ଏଭଳି ହତ୍ୟାକାଣ୍ଡ କରିଥିବା ସନ୍ଦେହ କରା ଯାଉଛି  

What’s your Reaction?
+1
0
+1
0
+1
0
+1
0
+1
5
+1
1
+1
3

Leave a Reply