ମୁଖ୍ୟ ଖବର ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର Angul OnlineJanuary 20, 2021January 20, 2021 ପାଲଲହଡା – ଅନୁଗୁଳ ଜିଲ୍ଲା ଖମାର ଥାନା ମୁଣ୍ଡୁରୀବେଡା ରାସ୍ତା କଡ଼ରୁ ଏକ ଶିଶୁ ପୁତ୍ର ଉଦ୍ଧାର ହୋଇଥିଲା । ମୁଣ୍ଡୁରୀ ବେଡା ଗ୍ରାମର କିଛି ଆଦିବାସୀ ମହିଳା ଜଙ୍ଗଲକୁ କାଠ ଆଣିବା ପାଇଁ ଯାଇଥିବା ସମୟରେ ଶିଶୁ ପୁତ୍ରଟିଏ କାନ୍ଦି ବାର ଶୁଣିବାକୁ ପାଇଥିଲେ । ଖୋଜାଖୋଜି କରିବା ବେଳେ ଏକ ବୁଦା ମୂଳରେ ଶିଶୁପୁତ୍ରଟିଏ ପଡିଥିବା ଦେଖି ତାକୁ ଉଦ୍ଧାର କରି ଖମାର ଗୋଷ୍ଠୀ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତି କରିଥିଲେ । ଶିଶୁପୁତ୍ରଟିର ସ୍ୱାସ୍ଥ୍ୟ ଭଲ ଥିବା ଜଣା ପଡିଛି । ତେବେ କିଏ ଓ କାହିଁକି ଏଭଳି ଶିଶୁପୁତ୍ରକୁ ଫୋପାଡି ଦେଇଥିଲା ତାହା ଜଣା ପଡି ନାହିଁ । କୌଣସି ଅବିବାହିତ ଝିଅ ଏପରି ଘଟଣା କରିଥାଇ ପରେ ବୋଲି ଚର୍ଚ୍ଚା ହେଉଛି । ଖମାର ପୁଲିସ ଘଟଣାର ଅନୁସନ୍ଧାନ ଚଳାଇଛି । Advertisement
ଗେଷ୍ଟ୍ ହାଉସ ଭିତରୁ କର୍ମଚାରୀଙ୍କ ମୃତ ଦେହ ଉଦ୍ଧାର ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସମଲ ଥାନା ଅର୍ନ୍ତଗତ ସମଲ ବ୍ୟାରେଜ ଓପିସିଏଲ ଗେଷ୍ଟ୍ ହାଉସରୁ ଜଣେ କର୍ମଚାରୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି ।…
ଜଙ୍ଗଲ ନିଆଁରେ ଜଳିଗଲା ୬ ବଖରା ଘର ଅନୁଗୁଳ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବନଖଣ୍ଡ ଯଦୁପୁର ବିଟ ନିକଟରେ ଜଙ୍ଗଲ ଜଳୁଛି । ବିଗତ ଚାରି ଦିନ ହେଲା ଜଙ୍ଗଲ ନିଆଁ ଜଳୁଥିଲେ ହେଁ…
ଜିଲ୍ଲାରେ ଫେରିଲା ନାଇଟ କର୍ଫ୍ୟୁ – ଲାଗୁ ହେଲା କଟକଣା ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦେଖି ଜିଲ୍ଲା ପ୍ରଶାସନ ଅଙ୍କୁଶ ଲଗାଇଛି । ଜିଲ୍ଲାରେ ଆଜିଠାରୁ ନାଇଟ୍ କର୍ଫ୍ୟୁ ଜାରି ହେବାକୁ…