ଆଞ୍ଚଳିକ ଲଳିତ ମୋହନ ବେହେରା ଜିଲ୍ଲା ପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଯୋଗଦାନ Angul OnlineAugust 4, 2022August 4, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଳିତ ମୋହନ ବେହେରା ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି । ଆଜି ପୂର୍ବାହ୍ନରେ ବିଦାୟୀ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ସାହୁଙ୍କ ଠାରୁ ସେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ଶ୍ରୀ ବେହେରା ଆଠମଲ୍ଲିକ ଉପଜିଲ୍ଲାପାଳ ଓ ସମ୍ବଲପୁର ଆଂଚଳିକ ପରିବହନ ଅଧିକାରୀ ଭାବେ ସଫଳତାର ସହିତ କାର୍ଯ୍ୟନିର୍ବାହ କରିଛନ୍ତି । କାର୍ଯ୍ୟରେ ଯୋଗ ଦେବା ପରେ ଶ୍ରୀ ବେହେରା ସରକାରଙ୍କ ବିଭିନ୍ନ ଯୋଜନାକୁ ଲୋକମାନଙ୍କ ନିକଟରେ ପହଞ୍ଚାଇବା ଓ ସେମାନେ କିପରି ଉପକୃତ ହୋଇପାରିବେ ତାହାକୁ ଦାୟିତ୍ବର ସହ କାର୍ଯ୍ୟ ନିର୍ବାହ କରିବା ଉପରେ ଗୁରୁତ୍ବ ଦେଇଛନ୍ତି । Advertisement
ପାଣି ଘେରରେ ଲୋକ ତାଳଚେର – ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଘରେ ପଶିଲା ବର୍ଷା ଜଳ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକର…
ତୁଟୁନି ପରିବହନ ବିବାଦ- ୮୦ଟ୍ରକ ମାଲିକ ଅଟକ , ଆନ୍ଦୋଳନ ଚେତାବନୀ ନାଲକୋନଗର – ନାଲକୋ ଟ୍ରକ ଓନର ୱେଲଫାୟାର ଆସୋସିଏସନ ଓ ଅନଗୁଳ ଟ୍ରକ ମାଲିକ ସଂଘକୁ ସଠିକ ମାତ୍ରାରେ ଆଲୁମିନିୟମ ପରିବହନ ମିଳୁନଥିବାରୁ ଟ୍ରକ ସଂଘ ପକ୍ଷରୁ …
ଜଳ ସଂରକ୍ଷଣ ଆନିକଟ ପାଇଁ ୨୨୧ କୋଟି ଟଙ୍କା ମଞ୍ଜୁର – ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲା ଜିଲ୍ଲା ବିଜେଡ଼ି ଅନୁଗୁଳ – ଜଳ ସଂରକ୍ଷଣ ଆନିକଟ ପାଇଁ ୨୨୧ ତାଙ୍କ ମଞ୍ଜୁର କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଜିଲ୍ଲାର ସମସ୍ତ ବିଧାୟକ । ବିନା ବିସ୍ଥାପନରେ ସୀମିତ…