ଅନୁଗୁଳ – ଅନୁଗୁଳ ଜିଲ୍ଲା ବଲଙ୍ଗ ଗାଁରେ ବଜ୍ରପାତ ଯୋଗୁଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣଙ୍କ ହେଲେ ୫୫ ବର୍ଷୀୟ ପ୍ରଭାକର ଦେହୁରୀ ଓ ଗୁରୁତର ଜଣଙ୍କ ୫୨ ବର୍ଷୀୟ ଦେବରାଜ ଦେହୁରୀ ବୋଲି ଜଣା ପଡିଛି । ସୂଚନା ଅନୁସାରେ ପ୍ରଭାକର ଏବଂ ଦେବରାଜ ଉଭୟ ଗୋରୁ ଚରାଇ ଅପରାହ୍ନରେ ଘରକୁ ଫେରୁଥିଲେ । ଗାଁ ମୁଣ୍ଡ ଯାଏଁ ହୋଇଥିବା ବେଳେ ବଜ୍ରପାତ ହୋଇଥିଲା । ଫଳରେ ଘଟଣା ସ୍ଥଳରେ ପ୍ରଭାକରଙ୍କ ମୃତ୍ୟୁ ହୋଇଥିବା ବେଳେ ଦେବରାଜ ଗୁରୁତର ଅବସ୍ଥାରେ ପଡି ଯାଇଥିଲେ । ଉଭୟଙ୍କୁ ଉଦ୍ଧାର କରି ଗାଁ ଲୋକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ଏବେ ମଧ୍ୟ ଦେବରାଜଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ଥିବା ଜଣା ପଡିଛି ।
What’s your Reaction?
+1
+1
+1
2
+1
+1
2
+1
2
+1
14