ଆଞ୍ଚଳିକ ସାପ କାମୁଡାରେ ନାବାଳକ ମୃତ Angul OnlineOctober 13, 2022October 13, 2022 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବହାଳସାହି ଗାଁରେ ସାପ କାମୁଡାରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି । ମୃତ ନାବାଳକ ଜଣଙ୍କ ହେଲେ ପ୍ରଶାନ୍ତ ଭୁତିଆଙ୍କ ୯ ବର୍ଷର ପୁଅ ପ୍ରିତେଶ ଭୁତିଆ । ସୂଚନା ଅନୁସାରେ ପ୍ରିତେଶ ଘରେ ଶୋଇଥିବା ବେଳେ ତାଙ୍କୁ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା । ପରିବାର ଲୋକ ଏହା ଜାଣିବା ପରେ ପ୍ରଥମେ ଛେଣ୍ଡିପଦା ଓ ପରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରା ଯାଇଥିଲା । ତେବେ ସେଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା । ଏହି ଘଟଣା ଗାଁରେ ଜଣା ପଡିବା ପରେ ଗ୍ନାରେ ଶୋକର ଛାୟା ଖେଳି ଯାଇଛି । Advertisement
ଜଳିଗଲା ଆଠ ବଖରା ଘର ଅନୁଗୋଳ – ଅନୁଗୋଳ ଜିଲ୍ଲା ନିଶା ଇଣ୍ତଷ୍ଟ୍ରିଆଲ ଥାନା ଅନ୍ତର୍ଗତ ଗୋଳାଗାଡିଆ ଗ୍ରାମରେ ଅଗ୍ନିକାଣ୍ଡ ଯୋଗୁଁ ୮ବଖରା ଭସ୍ମୀଭୂତ ହୋଇଯାଇଛି । ସୂଚନା ଅନୁସାରେ , ଗୋଟିଏ…
ଗଛ ଡାଳ ଭାଙ୍ଗିବାରୁ ରେଳ ଚଳାଚଳ ବାଧାପ୍ରାପ୍ତ ଅନୁଗୋଳ – ଅନୁଗୋଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଆଜି କାଳ ବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ଜୋର ପବନ ହୋଇଥିଲା । ଫଳରେ ବିଭିନ୍ନ ସ୍ଥାନରେ ଗଛ…
ହସପିଟାଲକୁ ଆମ ହସପିଟାଲରେ ଯୋଜନାରେ ସାମିଲ ଦାବି ନେଇ ଆନ୍ଦୋଳନ ଛେଣ୍ଡିପଦା – ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଡାକ୍ତରଖାନାକୁ ଆମ ହସପିଟାଲ ଯୋଜନାରେ ସାମିଲ କରିବା ଦାବିରେ ଆଜି ଛେଣ୍ଡିପଦା ଠାରେ ଆନ୍ଦୋଳନ କରାଯାଇଥିଲା । ଯେଉଁଥିରେ ଏହି…