କମେଣ୍ଟ ମାରିବାରୁ ଯୁବକଙ୍କୁ ଗାଁରେ ଲଣ୍ଡା କରି ବୁଲାଇଲେ

କମେଣ୍ଟ ମାରିବାରୁ ଯୁବକଙ୍କୁ ଗାଁରେ ଲଣ୍ଡା କରି ବୁଲାଇଲେ

ତାଳଚେର – ପୁଣି ହଜିଗଲା ମାନବିକତା । ସାମାନ୍ୟ ଭୁଲ ପାଇଁ ଯୁବକଙ୍କୁ କାଙ୍ଗାରୁ କୋର୍ଟରେ ଦଣ୍ଡିତ କଲେ ଗ୍ରାମବାସୀ । ଏଭଳି ଘଟଣା ଅନୁଗୁଳ ଜିଲ୍ଲା ତାଳଚେର ବାଲୁଙ୍ଗା ଗାଁରେ ଦେଖିବାକୁ ମିଳିଛି । ସୂଚନା ଅନୁସାରେ ବାଳୁଙ୍ଗା ଗାଁର ଯୁବତୀ ମାନେ କଲେଜକୁ ପାଠ ପଢିବାକୁ ଯାଉଥିବା ବେଳେ ସ୍ଥାନୀୟ ୩ ଜଣ ଯୁବକ ସେମାନଙ୍କୁ କମେଣ୍ଟ ମାରୁଥିଲେ । ଏପରିକି ଅଶ୍ଳୀଳ ଇଙ୍ଗିତ ମଧ୍ୟ କରୁଥିଲେ । ଏହି କଥା ଯୁବତୀମାନେ ଗାଁରେ କହିବା ପରେ ଗାଁ ଲୋକ ଏକାଠି ହୋଇ ଆଜି ଛକି ରହିଥିଲେ । ସେହି ୩ ଜଣ ଯୁବକ ଆଜି ପୁଣି ଯୁବତୀ ମାନଙ୍କୁ କମେଣ୍ଟ କରିବା ବେଳେ ଗାଁ ଲୋକ ଧରିବାକୁ ଚେଷ୍ଟା କରିଥିଲେ । ସେମାନଙ୍କ ମଧ୍ୟରୁ ଦୁଇ ଜଣ ଖସି ପଳାଇବାକୁ ସକ୍ଷମ ହୋଇଥିବା ବେଳେ ଜଣଙ୍କୁ କାବୁ କରିନେଇଥିଲେ ଗ୍ରାମବାସୀ । ଯୁବକଙ୍କୁ ଧରିବା ପରେ ଉତ୍ତମ ମଧ୍ୟମ ଦେଇଥିଲେ । ପରେ ସଂପୃକ୍ତ ଯୁବକଙ୍କୁ ଲଣ୍ଡା କରି ଗାଁ ଦାଣ୍ଡରେ ବୁଲାଇଥିଲେ । ମାନବିକତା ଭୁଲି ଯାଇ ଆଇନକୁ ହାତକୁ ନେଇ ଯୁବକଙ୍କୁ ଏଭଳି ଦଣ୍ଡିତ ଗ୍ରାମବାସୀ । ତେବେ ଏ ସମ୍ପର୍କରେ ଖବର ପାଇ ତାଳଚେର ପୁଲିସ ଗାଁ ରେ ପହଂଚି ସମ୍ପୃକ୍ତ ଯୁବକଙ୍କୁ ଉଦ୍ଧାର କରିଥିଲା । ଏହାପରେ ଅନ୍ୟ ଦୁଇ ଯୁବକଙ୍କୁ ମଧ୍ୟ ଆଣି ଥାନାରେ ଅଟକ ରଖିଛି । ତେବେ ଏହି ଭୁଲ ପାଇଁ ଆଇନର ଆଶ୍ରୟ ନ ନେଇ ଏଭଳି କାଙ୍ଗାରୁ କୋର୍ଟରେ ଦଣ୍ଡିତ କରିବା ଘଟଣା ଅଂଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

What’s your Reaction?
+1
5
+1
0
+1
0
+1
2
+1
18
+1
1
+1
0

Leave a Reply