ମୁଖ୍ୟ ଖବର ଅପାରଗ ଟ୍ୟାକ୍ସ କଲେକ୍ଟରଙ୍କୁ ବାଧ୍ୟତାମୂଳକ ଅବସର Angul OnlineNovember 1, 2022November 1, 2022 ଭୁବନେଶ୍ୱର – ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ଆଜି ପୁଣି ୧୪ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏଥିରେ ୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଓ ୬ ଜଣଙ୍କ ପେନ୍ସନ୍ ସ୍ଥାୟୀଭାବେ ସ୍ଥଗିତ , ଜଣେ ସୁପରିନ୍ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଡି.ଏସ୍.ପି., ଜଣେ ସିଡିପିଓ, ଜଣେ ଫରେଷ୍ଟ ରେଞ୍ଜ ଅଫିସର, ଜଣେ ତହସିଲଦାର, ଜଣେ ବି.ଡି.ଓ, ଜଣେ ସିନିଅର ମ୍ୟାନେଜର, ଜଣେ ଟ୍ୟାକ୍ସ କଲେକ୍ଟର, ଜଣେ ସପ୍ଲାଇ ଇନ୍ସପେକ୍ଟର ଓ ୩ ଜଣ ଜୁନିଅର ଇଞ୍ଜିନିୟର ଅନ୍ତର୍ଭୁକ୍ତ ଅଛନ୍ତି । 5T ଓ ମୋ ସରକାର ବ୍ୟବସ୍ଥା ରୁ ମିଳିଥିବା ଫିଡ଼ବ୍ୟାକ ଭିତ୍ତିରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏହି କ୍ରମରେ ତାଳଚେର ପୌରପାଳିକାରେ ପୂର୍ବରୁ କାର୍ଯ୍ୟରତ ଥିବା ଟ୍ୟାକ୍ସ କଲେକ୍ଟର ଶ୍ରୀ କ୍ଷୀରୋଦ ଚନ୍ଦ୍ର ରାଉତଙ୍କୁ ବାଧ୍ୟତାମୂଳକ ଅବସର ଦିଆ ଯାଇଛି । ଅପାରଗତା ଯୋଗୁଁ ତାଙ୍କୁ ଏହି ବାଧ୍ୟତାମୂଳକ ଅବସର ଦିଆ ଯାଇଥିବା ଉଲ୍ଲେଖ କରାଯାଇଛି । ଏଠାରେ ସୂଚନାଯୋଗ୍ୟ ଯେ ଗତ କିଛି ମାସ ତଳେ ତାଳଚେର ପୌରପାଳିକାର ପୂର୍ବତନ ନିର୍ବାହୀ ଅଧିକାରିଣୀଙ୍କ ନାମରେ ଅଶ୍ଳୀଳ ପୋଷ୍ଟର ବାଣ୍ଟିବା ଅଭିଯୋଗ ଆସିଥିଲା । ଏହି ଅଭଯୋଗ ପରେ ତାଙ୍କୁ ଗିରଫ ମଧ୍ୟ କରା ଯାଇଥିଲା । ତେବେ ସେ ବର୍ତ୍ତମାନ ହିନ୍ଦୋଳ ଅଞ୍ଚଳରେ କାର୍ଯ୍ୟ କରୁଥିବା ଜଣା ପଡ଼ିଛି । ଏହି ନିର୍ଦେଶ ପରେ ତାଙ୍କ ପ୍ରତିକ୍ରିୟା ନେବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ସମ୍ଭବ ହୋଇ ପାରି ନାହିଁ । Advertisement
ଚକବନ୍ଦୀ ରେକର୍ଡକୁ ଉଚ୍ଛେଦ ଦାବିରେ ବିଶାଳ ଚାଷୀ ବିକ୍ଷୋଭ ଅନୁଗୁଳ – ଅନୁଗୁଳ ଜିଲ୍ଲାର ୯୨ଟି ରାଜସ୍ୱ ଗ୍ରାମକୁ ଦଖଲ ପ୍ରଦାନ କରିନଥିବା ଚକବନ୍ଦୀ ରେକର୍ଡକୁ ଉଚ୍ଛେଦ କରି ଶାବକ ଦଖଲ ଅନୁଯାୟୀ ପଟ୍ଟା ପ୍ରଦାନ ଦାବିରେ…
ଲାଞ୍ଚୁଆ ପୁଲିସ ବାବୁଙ୍କୁ କାରାଦଣ୍ଡାଦେଶ ଅନୁଗୁଳ – ଅନୁଗୁଳ ଜିଲ୍ଲା ଠାକୁରଗଡ ଥାନାରୁ ଏକ ମୋଟରସାଇକେଲ ମୁକୁଳାଇବା ପାଇଁ ଗତ ୨/୧୨/୨୦୦୯ ମସିହାରେ ସେତେବେଳେ ସେଠାରେ ଥିବା ଏ ଏସ ଆଇ ରବୀନ୍ଦ୍ର…
ନାନୀ-ଭଉଣୀ ଉପରେ ଚଢିଗଲା ହାଇୱା – ଜଣେ ମୃତ ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ନଗଦିପୁର ଗ୍ରାମ ନିକଟରେ ସ୍କୁଟିରେ ଯାଉଥିବା ନାନୀ-ଭଉଣୀଙ୍କୁ ଏକ ହାଇୱା ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ…