ମୁଖ୍ୟ ଖବର ବସ ପଛରେ ବାଡେଇ ହୋଇ ଦୁଇ ମୃତ Angul OnlineNovember 25, 2022November 25, 2022 ପାଲଲହଡା – ଅନୁଗୁଳ ଜିଲ୍ଲାରେ ସଡକ ଦୁର୍ଘଟଣାରେ ପୁଣି ଦୁଇ ଜଣଙ୍କ ଜୀବନ ଯାଇଛି । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ଖମାର ଥାନା ଖେମଳା ନିକଟରେ ଏକ ବସ ପଛରେ ଏକ ମୋଟରସାଇକେଲ ବାଡେଇ ହେବା ଫଳରେ ଦୁଇ ମୋଟରସାଇକେଲ ଆରୋହି ଗୁରୁତର ହୋଇ ପଡ଼ିଥିଲେ । ଗୁରୁତର ଅବସ୍ଥାରେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ଢେଙ୍କାନାଳ ଡାକ୍ତରଖାନାରେ ଏବଂ ଅନ୍ୟ ଜଣଙ୍କୁ କଟକ ଡାକ୍ତରଖାନାରେ ଭର୍ତ୍ତି କରା ଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି । ମୃତକ ଦୁଇଜଣ ହେଲେ ଶିବ କୁମାର ରାଉଳ ଓ ସୂର୍ଯ୍ୟ କୁମାର ରାଉତ । ଉଭୟ ମେଡ଼ିସିନ ରିପ୍ରେଜେଣ୍ଟିଭ ହୋଇଥିବା ବେଳେ ପାଲଲହଡା ଅଞ୍ଚଳରୁ କାମ ସାରି ଦିନ ପ୍ରାୟ ୧୧.୩୦ ବେଳେ ଖମାର ଆଡ଼କୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା । Advertisement
ବିଧାୟକଙ୍କ କ୍ୟାମ୍ପ ଅଫିସ ଗେଟରେ ବୋମା – ନିଷ୍କ୍ରିୟ କଲା ପୁଲିସ ତାଳଚେର – ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଭରତପୁରସ୍ଥିତ କ୍ୟାମ୍ପ ଅଫିସ ଆଗରେ ଥିବା ଟାଇମ ବୋମାକୁ ନିଷ୍କ୍ରିୟ କରିଛି ବୋମା ନିଷ୍କ୍ରିୟକାରୀ ଦଳ ।…
ବ୍ରାଣ୍ଡେଡ ଶୋରୁମରେ ନକଲି ଜିନ୍ସ – ଜିଲ୍ଲା ସାରା ବ୍ୟାପିଛି ନକଲି କାରବାର !! ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଏବେ ନକଲି ଜିନ୍ସ କାରବାର ବଢିଥିବା ଜଣା ପଡିଥିବା ବେଳେ ଗୋଟିଏ ପରେ ଗୋଟିଏ ବ୍ରାଣ୍ଡେଡ ଶୋରୁମ ଉପରେ କମ୍ପାନୀ ଓ…
ଅଙ୍ଗନୱାଡି କେନ୍ଦ୍ର ଛାତରୁ ପ୍ଲାଷ୍ଟର ଖସି ୫ ଜଣ ଛାତ୍ରଛାତ୍ରୀ ଓ ଦିଦି ଆହତ ଆଠମଲ୍ଲିକ – ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ପେଡିପଥର ପଞ୍ଚାୟତ ଝିଲ୍ଲିମୁଣ୍ଡା ଅଙ୍ଗନୱାଡି କେନ୍ଦ୍ରରେ ଏକ ଅଘଟଣ ଘଟି ଯାଇଛି । ଅଙ୍ଗନୱାଡି କେନ୍ଦ୍ରରେ ପିଲାମାନେ ଖାଉଥିବା ବେଳେ…