ମୁଖ୍ୟ ଖବର ପୁଣି ଏକ ଦନ୍ତା ହାତୀ ମୃତ Angul OnlineDecember 10, 2022December 10, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ପୁଣି ଏକ ଦନ୍ତାହାତୀର ମୃତ୍ୟୁ ହୋଇଛି । ବନ ବିଭାଗ କାର୍ଯ୍ୟାଳୟ ଠାରୁ ମାତ୍ର ଗୋଟିଏ କିଲୋମିଟର ବ୍ୟବଧାନରେ ଏହି ହାତୀର ମୃତ୍ୟୁ ହୋଇଥିବା ଯୋଗୁଁ ବନ ବିଭାଗର ପାରିବା ପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ଜରପଡା ବନାଞ୍ଚଳ କାର୍ଯ୍ୟାଳୟ ଠାରୁ ମାତ୍ର ଏକ କିଲୋମିଟର ଦୂରରେ ପରା ଗାଁ ନିକଟରେ ଏକ ଦନ୍ତା ହାତୀ ମରି ପଡିଥିବା ସ୍ଥାନୀୟ ଲୋକ ଦେଖିଥିଲେ । ସନ୍ଧ୍ୟାରେ ଗାଁ ଲୋକ ଏହା ଦେଖି ବନ ବିଭାଗକୁ ସୂଚନା ଦେଇଥିଲେ । ସୂଚନା ପାଇ ବନ ବିଭାଗ କର୍ମଚାରୀ ମାନେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସ୍ଥାନୀୟ ଲୋକ ବିଦ୍ୟୁତ ଆଘାତରେ ହାତୀର ମୃତ୍ୟୁ ହୋଇଥିବା କହୁଥିବା ବେଳେ ବନ ବିଭାଗ ହାତୀ ମୃତ୍ୟୁର କୌଣସି ସ୍ପଷ୍ଟ କାରଣ ସମ୍ପର୍କରେ ସୂଚନା ଦେଇ ନାହିଁ । ଘଟଣା ସ୍ଥଳରେ ପହଞ୍ଚି ବନ ବିଭାଗ ପ୍ରଥମେ ଲୋକଙ୍କୁ ଘଉଡାଇବା ସହ କପଡା ଘେର ମାରି ତଦନ୍ତ କରୁଛି । ଯାହା ସାଧାରଣ ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି କରୁଛି । ତେବେ ଜରପଡା ବନାଞ୍ଚଳ ଠାରୁ ମାତ୍ର ଗୋଟିଏ କିଲୋମିଟର ବ୍ୟବଧାନରେ ହାତୀ ମରି ପଡିବା ଆଉ ବନ ବିଭାଗ ନ ଜାଣି ପାରିବା ଏବେ ବନ ବିଭାଗର କାର୍ଯ୍ୟ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । Advertisement
ଜଳିଗଲା ଚଳନ୍ତା ବସ ଅନୁଗୁଳ – ହୁତୁହୁତୁ ହୋଇ ଜଳିଗଲା ବସ । ସୌଭାଗ୍ୟ ବଶତଃ ଏଥିରେ ଯାତ୍ରୀ କେହି ନଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର ଓ ଖଳାସୀ…
ଗାଁରେ ସର୍ଭେ ବେଳେ କମ୍ପାନୀ ଲୋକଙ୍କୁ ଅଟକ ରଖିଲେ ଗ୍ରାମବାସୀ ଛେଣ୍ଡିପଦା-ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ହାଣ୍ଡିଗୋଡା ଗାଁ ନିକଟରେ ଜିଏମଡିସି କମ୍ପାନୀର ସର୍ଭେ ଚାଲିଥିବା ବେଳେ କ୍ଷତିଗ୍ରସ୍ତ ଗ୍ରାମବାସୀ ବିରୋଧ କରିବା ସହିତ ସର୍ଭେ କରୁଥିବା କମ୍ପାନୀ…
ଡିଜେ ସାଉଣ୍ଡ ଉପରେ କଟକଣା ଲଗାଇଲା ପ୍ରଶାସନ ଅନୁଗୋଳ – ଅନୁଗୋଳ ଜିଲ୍ଲାର ବିଭିନ୍ନ ଉପଖଣ୍ଡରେ ଡିଜେ ସାଉଣ୍ଡ ଉପରେ ପ୍ରଶାସନ କଟକଣା ଲଗାଇଛି । ଏହା ସହ ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଉପଖଣ୍ଡସ୍ତରୀୟ…