ମୁଖ୍ୟ ଖବର ନିଖୋଜ ବୃଦ୍ଧ ହାତୀ ଆକ୍ରମଣରେ ମୃତ Angul OnlineJanuary 3, 2023January 3, 2023 ଅନୁଗୁଳ – ଅନୁଗୁଳ ବ୍ଲକ ହମାମିରା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ଆଜି ମୃତ୍ୟୁ ହୋଇଛି ।ଘଟଣାସ୍ଥଳରେ ବନ୍ତଳା ପୁଲିସ ଓ ବନ ବିଭାଗ ପହଞ୍ଚି ତଦନ୍ତ କରୁଛନ୍ତି । ସୂଚନା ଅନୁଯାୟୀ ଅନୁଗୁଳ ବ୍ଲକ ବନ୍ତଳା ବନାଞ୍ଚଳ ହମାମିରା ଗ୍ରାମର ନିତ୍ୟା ଗୋଛାୟତ(୫୫) ଗତକାଲି ବାହାରକୁ ଯାଇଥିବା ବେଳେ ଘରକୁ ଫେରିନଥିଲେ । ଏଥିପାଇଁ ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କୁ ପାଇନଥିଲେ । ତେବେ ଆଜି ନିତ୍ୟାଙ୍କ ମୃତ୍ୟୁ ଦେହ ଗାଁ ନିକଟରେ ଥିବା ଏକ ପଡ଼ିଆରେ ପଡିଥିବା ଦେଖିବାକୁ ମିଳିଥିଲା ।ପାରିପାର୍ଶ୍ବିକ ସ୍ଥିତିରୁ ନିତ୍ୟାଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ତେବେ ଘଟଣାସ୍ଥଳରେ ବନ୍ତଳା ପୁଲିସ ଓ ବନ ବିଭାଗର କର୍ମଚାରୀ ମାନେ ପହଞ୍ଚି ତଦନ୍ତ କରିଛନ୍ତି । Advertisement
ପଡ଼ୋଶୀକୁ ଟାଙ୍ଗିରେ ହାଣି ହତ୍ୟା ମାମଲା – ଶଳା-ଭିଣୋଇକୁ ଆଜୀବନ ଜେଲ ଅନୁଗୋଳ – ଅନୁଗୋଳ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ କୋର୍ଟରେ ଏକ ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଥିବା ବେଳେ ବିଚାରପତି ରଞ୍ଜିତା ଜ୍ୟୋତିଶି…
ଅଜଣା ଗାଡି ଧକ୍କାରେ ଦୁଇ ମୃତ ପାଲଲହଡା – ଅନୁଗୋଳ ଜିଲ୍ଲା ପାଲଲହଡା ଠାରେ ଏକ ସଡ଼କ ଦୁର୍ଘଟଣାରେ ୨ଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ୨ଜଣ ତାଳଚେର ବ୍ଲକ୍ ଅନ୍ତର୍ଗତ ଚାଳଗଡ…
ସାଇକେଲକୁ ଧକ୍କା ଦେଲା ଟ୍ରକ – ଜଣେ ମୃତ ପାଲଲହଡ଼ା – ଅନୁଗୋଳ ଜିଲ୍ଲା ପାଲଲହଡ଼ା ବ୍ଲକର କାଇଁସିରିପାଲି ଛକଠାରେ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ସକାଳ ୮.୩୦ ସମୟରେ ପାଲଲହଡ଼ା ବାଇପାସ୍ ଛକଠାରୁ ଜଣେ…