ଆଞ୍ଚଳିକ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀଙ୍କୁ ଭେଟିଲେ ଦିନେଶ Angul OnlineFebruary 2, 2023 ଅନୁଗୋଳ – ଓଡିଶା ସରକାରଙ୍କ ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ ର ବସୁଧା ( ଗ୍ରାମାଞ୍ଚଳ ) ର ଉପଦେଷ୍ଟା ଭାବେ ଦିନେଶ ପ୍ରଧାନ ଦାୟିତ୍ତ୍ବ ନେବା ପରେ ମାନ୍ୟବର ପଂଚାୟତ ରାଜ ଓ ପାନୀୟ ଜଳ ବିଭାଗର ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କୁ ଭେଟି ବିଭାଗର ଦାୟିତ୍ବ ଓ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଥିଲେ । ଏହି ସମୟରେ ବିଭାଗର ଅନ୍ୟତମ ଉପଦେଷ୍ଟା ଉମିଲତା ଦାସ ମଧ୍ୟ ଉପସ୍ଥିତ ରହି ଆଲୋଚନା କରିଥିଲେ । ଏହା ସହିତ ଉଭୟ ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ ର ପ୍ରମୂଖ ଶାସନ ସଚ୍ଚିବ ଶ୍ରୀଯୁକ୍ତ ସୁଶୀଲ କୁମାର ଲୋହାନୀ ଓ ପାନୀୟ ଜଳ ଓ ପରିମଳ ବିଭାଗର ନିର୍ଦେଶକ ତଥା ଅତିରିକ୍ତ ଶାସନ ସଚ୍ଚିବ ବି ପରମେଶ୍ବରନଙ୍କୁ ଭେଟି ସରକାରଙ୍କ ପାନୀୟଜଳ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ଆଭିମୁଖ୍ୟ ବିଷୟରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ । ପ୍ରତ୍ୟେକ ଘର ଓ ପରିବାରକୁ ବିଶୁଦ୍ଧ ପିଇବା ପାଣି ଯୋଗେଇ ଦେବାର କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବା ପାଇଁ ଓଡିଶା ସରକାର ନିରନ୍ତର କାମ କରୁଛନ୍ତି । ଏହା ସହିତ ଲୋକଙ୍କ ସମସ୍ୟାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ଓଡିଶା ସରକାରଙ୍କ ପାଖରେ ପହଞ୍ଚାଇବା ଓ ସରକାରଙ୍କ କାର୍ଯ୍ୟକ୍ରମକୁ ଲୋକଙ୍କ ପାଖରେ ସଫଳ ଭାବେ ପହଞ୍ଚାଇବା ପାଇଁ ସେ ନିରନ୍ତର ପ୍ରୟାସ କରିବେ ବୋଲି ଦିନେଶ ପ୍ରଧାନ ପ୍ରକାଶ କରିଛନ୍ତି । Advertisement
ପାରିପାରିକ କଳହର ପରିଣତି – ଯୁବକ କଲେ ଆତ୍ମହତ୍ୟା ନାଲକୋନଗର – ଅନୁଗୁଳ ଜିଲ୍ଲା ନାଲକୋ ନଗର ଥାନା ସିପିପି ଛକ ନିକଟରେ ଥିବା ଜଣେ ସାଇକେଲ ଦୋକାନୀ ଆତ୍ମହତ୍ୟା କରିଥିବା ଜଣାଯାଇଛି । ସୂଚନା ଅନୁସାରେ…
କେନାଲରୁ ନାବାଳକର ମୃତଦେହ ଉଦ୍ଧାର ଅନୁଗୁଳ – ଅନୁଗୁଳ ସହର ଅମଲାପଡା ଦେଇ ଯାଇଥିବା କେନାଲରୁ ଆଜି ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର କରା ଯାଇଛି । ମୃତ ନାବାଳକ ଜଣଙ୍କ ପଶ୍ଚିମବଙ୍ଗ…
୧୩ ଫୁଟର ଅଜଗର ଉଦ୍ଧାର ଅନୁଗୁଳ – ସ୍ନେକ ହେଲପ ଲାଇନ ଦ୍ୱାରା ୧୩ ଫୁଟର ଅଜଗର ଉଦ୍ଧାର । ଅନୁଗୁଳ ଜିଲ୍ଲା ବନ୍ତଳା ଅନ୍ତର୍ଗତ ଶଙ୍ଖପୁର ଅଞ୍ଚଳରୁ ଉଦ୍ଧାର ହୋଇଛି ଏକ…